ପ୍ରମୂଖ ଖବର
  • ଯୁବକଙ୍କ ହାତଗୋଡ ବାନ୍ଧି ଭୋଗରାଇ ଥାନାରେ ନିର୍ଯାତନା ଦେବା ଘଟଣା, ଆଇଆଇସି ନିଲମ୍ବିତ
  • ||
  • ବାସୁଦେବପୁର : ଖେଳୁଥିବା ବେଳେ ପୋଖରୀରେ ପଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ଜନତା ମଇଦାନରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ, ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
  • ||
  • ରାଉରକେଲା : ୨ କାର୍‌ ସହ ବିପୁଳ ନକଲି ବିଦେଶୀ ମଦ ଜବତ, ଦୁଇ ମାଫିଆ ସହ ଚାଲାଣକାରୀ ଗିରଫ
  • ||
  • ରାଉରକେଲା : ଲଗାଣ ବର୍ଷାରେ ବେହାଲ ଇସ୍ପାତ ସହର, ଘରେ ଘରେ ପଶିଲା ପାଣି
  • ||
  • କନ୍ଧମାଳ : ସରକାରୀ ଟଙ୍କା ଆତ୍ମସାତ କରିବା ପଡ଼ିଲା ମହଙ୍ଗା, ପୂର୍ବତନ ପିଇଓ ଅକ୍ରୁର ମାଝୀ ଗିରଫ
  • ||
  • କେନ୍ଦୁଝର : ଘର ଭାଙ୍ଗି ପରିବା ଚାଷ ନଷ୍ଟ କଲେ ହାତୀ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଜାପାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ଆଜି ହେବ କାରକେଡ୍‌ ରିହର୍ସାଲ, ଜଗିବେ ୧୩୩ ପ୍ଲାଟୁନ୍‌ ଫୋର୍ସ
  • ||
  • ଅପରେସନ୍ ସିନ୍ଧୁ: ଇରାନରୁ ସ୍ବଦେଶ ଫେରିଲେ ୧୧୦ ଜଣ ଭାରତୀୟ, ଆର୍ମେନିଆ ଦେଇ ସୁରକ୍ଷିତ ଭାବରେ ଫେରିଲେ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍, ୨୦ରୁ ଅଧିକ ସ୍ଥାନରେ ଚଢାଉ
  • ||
  • ଘନୀଭୂତ ହେଉଛି ଲଘୁଚାପ: ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, କାଲି ୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଶିକ୍ଷା ଏବଂ ଶିଳ୍ପକ୍ଷେତ୍ରରେ ସହଭାଗିତା ଲାଗି ସୋଆ ଏବଂ ବ୍ରୋଡ଼ବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ ବୁଝାମଣା

Published By : Gurupada Nath | June 18, 2025 10:11 PM

ଭୁବନେଶ୍ୱର,୧୮/୬ : ଶିକ୍ଷା   ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତାକୁ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତର ନୂତନତା ଏବଂ ଆର୍ଥିକ ବୈଷୟିକ ପରିସଂସ୍ଥା ପର୍ଯ୍ୟବେସିତ ଅନୁଷ୍ଠାନ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ ନନ୍ଦ ଏବଂ ବ୍ରୋଡବ୍ରିଜ୍ ଇଣ୍ଡିଆର ମାନବ ସମ୍ବଳ ମୁଖ୍ୟ ରିତୁ ରାଖରା ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିବାବେଳେ ଏହି ସମୟରେ ଉଭୟ ଅନୁଷ୍ଠାନର ଶୀର୍ଷ ନେତୃମଣ୍ଡଳୀ ଉପସ୍ଥିତ ଥିଲେ । 

ଏଥି ସହିତ ବ୍ରୋଡବ୍ରିଜ୍‌ର ପ୍ରତିନିଧିମାନେ ସୋଆର ଛାତ୍ରଛାତ୍ରୀମାନଙ୍କ ସହ ଆର୍ଥିକ କ୍ଷେତ୍ର ସହିତ ନିଯୁକ୍ତି ସୁଯୋଗ ଏବଂ ଆବଶ୍ୟକୀୟ ଦକ୍ଷତା ସମ୍ପର୍କରେ ଆଲୋଚନା କରିଥିଲେ । ବ୍ରୋଡବ୍ରିଜ୍ ବିଭିନ୍ନ କ୍ୟାମ୍ପସ ପ୍ରୋଗ୍ରାମ, ଇନୋଭେସନ୍ ଚ୍ୟାଲେଞ୍ଜ, ମେଂଟରସିପ୍ ଏବଂ ଦକ୍ଷତା ଭିତ୍ତିକ ପଦକ୍ଷେପ ଜରିଆରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥାଏ । ଏହି ସହଭାଗିତା ଦ୍ୱାରା ଉଭୟ ଅନୁଷ୍ଠାନ ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ଥିବା ବ୍ୟବଧାନକୁ ହ୍ରାସ କରିବା ଦିଗରେ କାର୍ଯ୍ୟ କରିବାର ଉଦ୍ଦେଶ୍ୟ ରହିଛି । ବୁଝାମଣା ଅନୁଯାୟୀ ସୋଆ ଏବଂ ବ୍ରୋଡ଼ବ୍ରିଜ୍ ସହଭାଗିତା ଭିତିରେ ଶିଳ୍ପ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶିଳ୍ପ ସମ୍ବନ୍ଧୀୟ କର୍ମଶାଳା, ବିଶେଷଜ୍ଞମାନଙ୍କ ଦ୍ୱାରା ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ଏବଂ ଛାତ୍ରଛାତ୍ରୀମାନଙ୍କୁ ଇଣ୍ଟନସିପ୍‌ର ସୁଯୋଗ ପ୍ରଦାନ କରିବେ । 

ଏହି ସହଭାଗିତା ଦ୍ୱାରା ଶିଳ୍ପ କ୍ଷେତ୍ରରେ ସୋଆର ସହଯୋଗକୁ ପ୍ରତିପାଦିତ କରିବା ସହ ଆମ ଛାତ୍ରଛାତ୍ରୀମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ହେବା ଦିଗରେ ସାହାଯ୍ୟ କରିବ ବୋଲି କୁଳପତି ପ୍ରଫେସର ନନ୍ଦ କହିଛନ୍ତି । ଏହି ଅବସରରେ ଶ୍ରୀମତି ରାଖରା କହିଥିଲେ ଯେ ସୋଆ ସହିତ ବୁଝାମଣା କରି ବ୍ରୋଡବ୍ରିଜ୍ ବେଶ ଆନନ୍ଦିତ । ଏହା ଦ୍ୱାରା ଶିକ୍ଷା କ୍ଷେତ୍ରରେ ଏହି ଅନୁଷ୍ଠାନ ଅଧିକ ଯୋଡ଼ି ହୋଇ କାର୍ଯ୍ୟ କରିବ ବୋଲି ସେ କହିଛନ୍ତି । ଏହି ଅବସରରେ ସୋଆର କର୍ପୋରେଟ ରିଲେସନ୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଏନଗେଜ୍‌ମେଂଟର ନିର୍ଦ୍ଦେଶକ ଶ୍ରୀ ରୀପ୍ତି ରଞ୍ଜନ ଦାଶ କହିଛନ୍ତି ଯେ ଆଇଟି ଏବଂ ତତ୍‌ସଂଲଗ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବା ନିମନ୍ତେ ସୋଆ ନିୟମିତ ଭାବରେ ଏଭଳି ସହଭାଗିତାର ନିମନ୍ତେ ନିରନ୍ତର କାର୍ଯ୍ୟ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.