ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର ୨୦/୦୯:  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା  ଛାତ୍ରଛାତ୍ରୀ ମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ କରାଯାଇଛି ।

ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୦-୨୪ ବ୍ୟାଚର ବି.ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍ ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍‌.ଏସ୍‌.ସି (ବାୟୋଟେକ୍ନୋଲୋଜି) ଓ ୨୦୧୯-୨୪ ବ୍ୟାଚର ଇଣ୍ଟିଗ୍ରେଡ ଏମ୍‌.ଏସ୍‌.ସି ଇନ୍ ବାୟୋଟେକ୍ନୋଲୋଜି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତୀ ମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହିତ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ପ୍ରଫେସର ନନ୍ଦ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ମହାମାରୀ ସମୟରେ ଫାର୍ମାସିଷ୍ଟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଥିଲେ । ଏହି ଡିଗ୍ରୀ ଛାତ୍ରଛାତ୍ରୀ ମାନଙ୍କର କଠିନ ପରିଶ୍ରମ, ନିଷ୍ଠା, ଶୃଙ୍ଖଳା, ସମୟାନୁବର୍ତିତା ତଥା ଶିକ୍ଷକ ଓ ଅଭିଭାବକଙ୍କର ସହଯୋଗରେ ଏହା ସମ୍ଭବପର ହୋଇପାରିଛି । ଫାର୍ମାସି ଓ ବାୟୋଟେକ୍ନନୋଲୋଜି ସ୍ୱାସ୍ଥ୍ୟକ୍ଷେତ୍ର ସହିତ ଓତଃପ୍ରୋତ ଭାବେ ଜଡିତ । ସୋଆ ବିଶ୍ୱବିଦ୍ୟାଳୟ ଏଥିପାଇଁ ଖୁବ୍ ସକ୍ରିୟ ଅଟେ । ସୋଆ ଅନେକ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ବୁଝାମଣା କରିଛି ଯାହା ଛାତ୍ରଛାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ସେ କହିଥିଲେ । 

ପ୍ରଫେସର ନନ୍ଦ କହିଥିଲେ ଯେ ସୋଆ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ୨୦୨୪ରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍ ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବାକୁ ସୁଯୋଗ ପାଇଛନ୍ତି । ସେମାନେ ଏହି ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ ।

ପ୍ରଫେସର ନନ୍ଦ କହିଥିଲେ ଯେ ଗବେଷଣା କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ନିମନ୍ତେ ସୋଆରେ ଅନେକ ଲ୍ୟାବ୍ ପ୍ରତିଷ୍ଠା କରାଯାଇଛି ଏବଂ ଅଟଳ ଇନୋଭେସନ୍ ମିଶନ ଅଧୀନରେ ଏକ ଇନ୍‌କ୍ୟୁବେସନ୍ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା, ସହଭାଗିତା, ପାଟେଂଟ ଓ ଷ୍ଟାର୍ଟଅପ୍‌କୁ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଥିଲେ । ଏହି କ୍ଷେତ୍ରରେ ଶିକ୍ଷା ଗ୍ରହଣ କରିବାକୁ ଛାତ୍ରଛାତ୍ରୀମାନେ ଆଗ୍ରହ ରଖୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ଏସ୍‌ପିଏସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିଥିବାବେଳେ ଏସ୍‌ପିଏସ୍‌ର ପ୍ରଫେସର ଦିବ୍ୟଜ୍ୟୋତି ଦାସ ସ୍ୱାଗତ ଭାଷଣ ଦେଇଥିଲେ ।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ବିଭାଗର ମୁଖ୍ୟ, ଏକାଡେମିକ କାଉନ୍‌ସିଲ୍ ସଦସ୍ୟ ଏବଂ ଫ୍ୟାକଲ୍ଟିମାନେ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.