ପ୍ରମୂଖ ଖବର
  • କଟକ : ମହାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଜଣ: ଜଣେ ଉଦ୍ଧାର, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଭଦ୍ରକ : ପୋଖରୀରେ ଗାଧୋଇବା ବେଳେ ଅଘଟଣ, ଗଭୀର ପାଣିରେ ବୁଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • କଟକରେ ନକଲି ବିଦେଶୀ ମଦ କାରଖାନାରେ ଚଢାଉ: ବିପୁଳ ପରିମାଣର ସାମଗ୍ରୀ ଜବତ, ଜଣେ ଅଟକ
  • ||
  • ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
  • ||
  • ବାଲେଶ୍ୱର : ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା, ପତ୍ନୀଙ୍କୁ ସରକାରୀ ଚାକିରି
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

ଭିଜନ ଅଫ୍ ନ୍ୟୁ ଇଣ୍ଡିଆ କନକ୍ଲେଭରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

Published By : Prameya | April 24, 2025 9:08 PM

ଭୁବନେଶ୍ୱର , ୨୪/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ‘ଏକ୍ସିଲେନ୍ସ ଇନ୍ ଦ ଫିଲ୍ଡ ଅଫ୍ ଏଜୁକେସନ୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ନ୍ୟୁଜ ଚ୍ୟାନେଲ୍ ଭାରତ ଟ୍ୱେଂଟି ଫୋର ପକ୍ଷରୁ ନିକଟରେ ନୁଆଦିଲ୍ଲୀଠାରେ ଆୟୋଜିତ ବିକଶିତ ଭାରତ ୨୦୪୭, ଭିଜନ ଅଫ୍ ନ୍ୟୁ ଇଣ୍ଡିଆ କନ୍‌କ୍ଲେଭ୍‌ରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀ ନୀତିନ୍ ଗଡ଼କରୀ ଏହି ସମ୍ମାନ ପ୍ରଦାନ କରିଛନ୍ତି । 

ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ଶ୍ରୀ ଗଡ଼କରୀଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହି ଅବସରରେ ଭାରତ ଟ୍ୱେଂଟି ଫୋରର ସିଇଓ ତଥା ଏଡିଟ୍‌ର ଇନ୍ ଚିଫ୍ ଜଗଦୀଶ ଚନ୍ଦ୍ର ଏବଂ ଚିଫ୍ ବିଜିନେସ୍ ଅଫିସର ମନୋଜ ଜିଜ୍ଞାସୀ ଉପସ୍ଥିତ ଥିଲେ । ସମ୍ମାନ ପ୍ରଦାନ ସମୟରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ପ୍ରୀତମ ନାୟକ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ନନ୍ଦ ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିବା ସହ  ବିକଶିତ ଭାରତ ୨୦୪୭ପରିପ୍ରେକ୍ଷୀରେ ସୋଆର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଛତିଶଗଡ଼ର ଉପ ମୁଖ୍ୟମନ୍ତ୍ରୀ ଅରୁଣ ସାଓ, ଉତରପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ରକ୍ଷା ଫଡସେ ଏବଂ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଅବନୀଶ ଅବସ୍ଥି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.