ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ବୁଧିପଡ଼ାରେ ସୋଆର ବୃକ୍ଷରୋପଣ ଓ ଗାଜର ଘାସ ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର,୩/୮ : ଭୁବନେଶ୍ୱର ଉପକଣ୍ଠ ବୁଧିପଡ଼ା ଗ୍ରାମରେ ‘ସୋଆ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ’ ଅଧୀନରେ ସୋଆ ଏନ୍‌ଏସ୍‌ଏସ୍ ଓ ରୋଟାରୀ କ୍ଲବ୍‌ର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ ଓ ଗାଜର ଘାସ ନିରାକରଣ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ ଅଧିନସ୍ଥ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସନ୍ତୋଷ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବ ଓ ସଚେତନତା ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ ।  ଆଇଏଏସ୍‌ର ପ୍ରଫେସର ଡକ୍ଟର ସ୍ୱୟମ ସିଂହଙ୍କ ତତ୍ତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚତୁର୍ଥ ବର୍ଷର ଛାତ୍ରଛାତ୍ରୀମାନେ ବୃକ୍ଷରୋପଣ କରିବା ସହ ସଚେତନତାଧର୍ମୀ ନାଟକ ପ୍ରଦର୍ଶନ କରିଥିଲେ । 

ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମର ସଂଯୋଜକ ଡକ୍ଟର ଅଂଶୁମାନ ଜେନା, ତୃଣକ ବିଜ୍ଞାନୀ ଡକ୍ଟର ଶୁଭପ୍ରଦ ଦାଶ, ଏନ୍‌ଏସ୍‌ଏସ୍ କାର୍ଯ୍ୟକ୍ରମ ସଂଯୋଜକ ପ୍ରଫେସର ସରୋଜ ମହାନ୍ତି, ଡକ୍ଟର ସତ୍ୟ ନାରାୟଣ ଶତପଥୀ, କ୍ଲବ୍ ସଭାପତି ଜ୍ଞାନ ରଞ୍ଜନ ରଥ, ସମ୍ପାଦକ ସରୋଜ ମହାପାତ୍ର, ପରିବେଶବିତ୍ ଡକ୍ଟର ପି.କେ. ଦୀକ୍ଷିତ, ମାଣିକ୍ ଚାନ୍ଦ ଶର୍ମା, ଶିକ୍ଷାବିତ ଦୀପ୍ତି ଆଚାର୍ଯ୍ୟ, ଚାରୁଲତା ଜେନା ଓ ବିଶ୍ୱଜିତ୍ ତ୍ରିପାଠୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଗ୍ରାମର ପୂରଣ ଶାସନ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଅନୁଷ୍ଠିତ ହେବା ସହ ଗ୍ରାମର ଅନେକ ଅଗ୍ରଣୀ ଚାଷୀ, ଗ୍ରାମବାସୀ, ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦେଇଥିଲେ । ଛାତ୍ର ପ୍ରତିନିଧି ଜୟ କୁମାର ଓ ଅନ୍ୟ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.