ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ସୋଆ ସମର୍ କ୍ୟାମ୍ପକୁ ଆହୁରି ବ୍ୟାପକ କରାଯିବ : ସୋଆ ଉପସଭାପତି

ଭୁବନେଶ୍ୱର, ୧୫/୫ : ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ୧୦ଦିନିଆ ସମର କ୍ୟାମ୍ପ ବୁଧବାର ଉଦ୍‌ଯାପିତ ହୋଇଯାଇଛି । ମେ ୬ ତାରିଖରେ ସୋଆ କ୍ୟାମ୍ପସ-୨ ସ୍ପୋର୍ଟସ୍ କମ୍ପେ୍ଲକ୍ସରେ ଏହି ସମର କ୍ୟାମ୍ପର ଶୁଭାରମ୍ଭ ହୋଇଥିବାବେଳେ କ୍ୟାମ୍ପସର ୫କିଲୋମିଟର ପରିସର ମଧ୍ୟରେ ଥିବା ବିଭିନ୍ନ ସ୍କୁଲର ୫ରୁ ଦଶମ ଶ୍ରେଣୀ ମଧ୍ୟରେ ଅଧ୍ୟୟନ କରୁଥିବା ପ୍ରାୟ ୧୬୦ଜଣ ଛାତ୍ରଛାତ୍ରୀ ଏହି କ୍ୟାମ୍ପରେ ସାମିଲ୍ ହୋଇଥିଲେ ।

ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆ ଉପସଭାପତି ଶାଶ୍ୱତି ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । କ୍ରୀଡ଼ା ଛାତ୍ର ଜୀବନର ଏକ ଅଭିନ୍ନ ଅଂଗ । ଏହି ଶିବିର ପିଲାମାନଙ୍କ ପାଇଁ ନିଶ୍ଚିତ ଭାବେ ଲାଭଦାୟକ ହେବ । ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟ ତରଫରୁ ଏହି କ୍ୟାମ୍ପକୁ ଆହୁରି ବ୍ୟାପକ ଭାବେ ପରିଚାଳନା କରିବାକୁ ଚିନ୍ତା କରାଯାଉଥିବା ଶ୍ରୀମତି ଦାସ କହିଥିଲେ । ଦୀର୍ଘ ୪ବର୍ଷ ଧରି ଛାତ୍ରଛାତ୍ରୀମାନଙ୍କ ଶାରିରୀକ ଓ ବୌଦ୍ଧିକ ଉନ୍ନତି ଲାଗି ସୋଆ ପକ୍ଷରୁ ଏହି କ୍ୟାମ୍ପ ପରିଚାଳନା କରାଯାଉଥିବା ପ୍ରକାଶ କରି ଏହି କ୍ୟାମ୍ପରେ ଭାଗ ନେଇଥିବା ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ଓ ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଶ୍ରୀମତି ଦାସ ଧନ୍ୟବାଦ ଜଣାଇଥିଲେ । କ୍ୟାମ୍ପରେ ସାମିଲ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଭଲିବଲ୍‌, ବାସ୍କେଟବଲ୍‌, ଟେବୁଲ୍ ଟେନିସ, ଟେନିସ୍‌, କ୍ରିକେଟ୍‌, ଖୋଖୋ, କବାଡି ଏବଂ ଚେସ୍ ଖେଳର ପ୍ରଶିକ୍ଷଣ ଦିଆଯାଇଥିଲା । ପ୍ରଥମ ଥର ପାଇଁ ଚଳିତ ବର୍ଷ ଚେସକୁ ଏହି କ୍ୟାମ୍ପରେ ସାମିଲ କରାଯାଇଥିଲା । 

ଏହି ଅବସରରେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ନିଜ ବକ୍ତବ୍ୟରେ ଆଗାମୀ ଦିନରେ ଏହି ସମର କ୍ୟାମ୍ପରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୫୦୦କୁ ବୃଦ୍ଧି କରାଯିବାର ଯୋଜନା ରହିଥିବା କହିଥିଲେ । ଶିଶୁମାନଙ୍କ ମଧ୍ୟରେ ଶୃଙ୍ଖଳା ଓ ଉତ୍ତମ ଅଭ୍ୟାସ ଆଣି ସମାଜକୁ ସମୃଦ୍ଧ କରିବା ହିଁ ଏହାର ଉଦ୍ଦେଶ୍ୟ ବୋଲି ସେ କହିଥିଲେ ।ସୋଆର ସ୍ପୋର୍ଟସ ଅଫିସର ସୁନିତା ବର୍ମା ସ୍ୱାଗତ ଭାଷଣ ଦେବା ସହ କ୍ୟାମ୍ପ ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ ଓ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସେହିପରି ସାମିଲ ହୋଇଥିବା ସମସ୍ତ ୧୬୦ଜଣ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ଉପହାର ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.