ପ୍ରମୂଖ ଖବର
  • ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଏଆରଆଇ
  • ||
  • ଜନତା ମଇଦାନରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୭ ପ୍ରବାସୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବେ
  • ||
  • ଫେବ୍ରୁଆରୀ ୧୧ରେ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ଉପରେ ଆକ୍ରମଣ ଘଟଣା: ୨ ଗିରଫ
  • ||
  • ମର୍ସିଡିଜ୍‌କୁ ପଛରୁ ପିଟିଲା 'ମୋ ବସ୍‌', ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • ବାରିପଦା : ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଅନୁଗୁଳ : ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଶିମିଳିପାଳରେ ଶୀତ ଲହରି ଜାରି, ଘନ କୁହୁଡ଼ି ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
  • ||
  • ରାୟଗଡା : ଏସ୍‌କେ ମାର୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା
  • ||
  • ମିରଟ ସୋହେଲ ଗାର୍ଡେନ ଅଞ୍ଚଳରେ ଚାଞ୍ଚଲ୍ୟ ଘଟଣା, ବକ୍ସ ଖଟ ଭିତରୁ ୫ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ରଣପୁର : ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦୁଇ ଦିନ ପରେ କମିବ ଶୀତ, ଶନିବାର ୩ ଜିଲ୍ଲାରେ ଘନ କୁହୁଡି ନେଇ ଆଲର୍ଟ: ସବୁଠୁ ଥଣ୍ଡା ଜି.ଉଦୟଗିରି
  • ||

ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ

Published By : Harapriya Sethi | December 6, 2024 10:07 AM

ଝାରସୁଗୁଡ଼ା,୦୬/୧୨: ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା କରିବା ପରେ କ୍ଷେତରେ ଫିଙ୍ଗିଦେଲେ। ମୃତକ ହେଉଛନ୍ତି ସେହି ଗ୍ରାମର ରଜତ ରାଜହଂସ । ଏହି ଘଟଣା ପରେ ୨ ଜଣ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା କୁଲେମୁରା ସାଲେଟିକ୍ରା ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରଜତ ଗୁରୁବାର ସକାଳୁ ଘରୁ ବାହାରି ଛକକୁ ଯାଇଥିଲେ । ଏହି ସମୟରେ କୌଣସି କାରଣକୁ ରଜତଙ୍କର ଜ‌ଣେ ବ୍ୟକ୍ତିଙ୍କ ସହ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସେ ଜଣେ ବରିଷ୍ଠ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିଥିଲେ । ପରେ ଉକ୍ତ ବ୍ୟକ୍ତିଙ୍କ ପୁଅ ଓ କିଛି ସାଙ୍ଗ ଆସି ରଜତଙ୍କୁ ଏକ ଫାର୍ମ ହାଉସ୍‌କୁ ଟେକି ନେଇ ମାଡ ମାରିଥିଲେ ।  ପରେ ଗାଁ ବାହାରେ ଥିବା ଏକ କ୍ଷେତରେ ଫିଙ୍ଗି ଦେଇଥିଲେ । ସେଠାରେ ପଡ଼ି ରହି ଯୁବକଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଲଇକେରା ଥାନା ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ମୁନ୍ଦ୍ରାଜୋର୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି । ରଜତଙ୍କ ଶରୀରରେ ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ମଧ୍ୟ ରହିଛି । ଏହି ଘଟଣା ପରେ ଲଇକେରା ପୁଲିସ୍‌ କୁଲେମୁରା ଗ୍ରାମରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ତଦନ୍ତ ପରେ ୨ ଜଣ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ସେପଟେ, ଏହି ଘଟଣାରେ ପୁରୁଣା ରାଜନୈତିକ ଶତ୍ରୁତା ମଧ୍ୟ ଅନ୍ୟତମ କାରଣ ବୋଲି ଗ୍ରାମରେ ଚର୍ଚ୍ଚା ହେଉଛି।

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.