ପ୍ରମୁଖ ଖବର
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ଘରୋଇ କଳହକୁ ନେଇ ବାପ-ପୁଅ ହଣାହଣି : ପୁଅ ମୃତ, ବାପା ଗୁରୁତର

ଭଦ୍ରକ,୧।୫ :  ଘରୋଇ କଳହକୁ ନେଇ ବାପ ଓ ପୁଅ ହଣାହଣି  । ଏଥିରେ ପୁଅର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ହୋଇଛି । ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନା ଗଢିଆ ଗାଁରେ ଏହି  ଘଟଣା ଘଟିଛି । ମୃତକ ଜଣକ ହେଉଛନ୍ତି ଶଙ୍କର୍ଷଣ ବାରିକ । 

ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନା ଗଢିଆ ଗାଁରେ ମାଧବ ବାରିକ ଓ ତାଙ୍କ ପୁଅ ଶଙ୍କର୍ଷଣ ମଧ୍ୟରେ  ଝଗଡା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇ ଉଭୟ ପରସ୍ପରକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପୁଅ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଥିବା‌ ବେଳେ ବାପା ମାଧବ ଗୁରୁତର ହୋଇଥିଲେ। ମାଧବଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.