ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପାରିବାରିକ କଳହର କରୁଣ ପରିଣତି, ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ

ପଦ୍ମପୁର, ୧୧/୦୭ : ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ। ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଡୁଙ୍ଗୁରିପାଲି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପାରିବାରିକ କଳହରୁ ହତ୍ୟାକାଣ୍ଡ ଘଟିଥିବା ଅନୁମାନ। 

ସୂଚନାନୁଯାୟୀ, ଡୁଙ୍ଗୁରିପାଲି ଗାଁର ଧନଞ୍ଜୟ ଅଜଗର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ସବୁବେଳେ ମତାନ୍ତର ଲାଗିରହୁଥିଲା। ଫଳରେ ତାଙ୍କର ବଡ଼ ପୁଅ ବିଦ୍ୟାଧର ମାକୁ ମାମୁଁ ଘରକୁ ପଠାଇ ଦେଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଧନଞ୍ଜୟ ନିଶାଗ୍ରସ୍ତ ଅବସ୍ଥାରେ ବିଦ୍ୟାଧରଙ୍କୁ ଗାଳିଗୁଲଜ କରିଥିଲେ। ଦୁହିଁଙ୍କ ମଧ୍ୟରେ କଳହ ଉଗ୍ରରୂପ ନେଇଥିଲା। ଏହି ସମୟରେ ବିଦ୍ୟାଧର ଧନଞ୍ଜୟଙ୍କ ଉପରକୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଧନଞ୍ଜୟ ଲହୁଲୁହାଣ ହୋଇପଡିଥିଲେ। ପରେ ପଡୋଶୀ ଧନଞ୍ଜୟଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ଧନଞ୍ଜୟଙ୍କ ମୃତ୍ୟୁ ଘଟିଛି। ତାଙ୍କର ଶବ ବ୍ୟବଚ୍ଛେଦ ପରେ ଗାଁକୁ ଅଣାଯିବ ବୋଲି ଜଣାପଡ଼ିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.