ପ୍ରମୂଖ ଖବର
  • ବୌଦ୍ଧ : ସାପ୍ତାହିକ ବଜାରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୋଲିସର ତଦନ୍ତ ଆରମ୍ଭ
  • ||
  • ଯାଜପୁର : ୨ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରକ୍, ଜଣେ ଗୁରୁତର
  • ||
  • ଇଣ୍ଡିଆ-ଇଂଲଣ୍ଡ ୱାନ୍‌ ଡେ ମ୍ୟାଚ୍‌ ପାଇଁ ବାରବାଟୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଉନ୍ମୋଚନ କଲେ ଓଡ଼ିଆ ଥିମ୍‌ ସଙ୍ଗ୍‌
  • ||
  • ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଜଣେ ଅଟକ
  • ||
  • ବିଶ୍ବର ତୃତୀୟ ଆର୍ଥିକ ଶକ୍ତି ହେବାକୁ ଯାଉଛି ଭାରତ; ରାଷ୍ଟ୍ରପତି
  • ||
  • ସମ୍ବିଧାନର ନିର୍ମାତାଙ୍କୁ ଜଣାଇଲେ ସମ୍ମାନ
  • ||
  • ଆହତଙ୍କୁ ଆଶୁ ଆରୋଗ୍ୟ କାମନା କଲେ ରାଷ୍ଟ୍ରପତି
  • ||
  • ସଂସଦ ବଜେଟ୍ ଅଧିବେଶନ ଆରମ୍ଭ, ଉଭୟ ଗୃହକୁ ସମ୍ବୋଧନ କଲେ ରାଷ୍ଟ୍ରପତି, କଲେ ଶୋକ ପ୍ରକାଶ
  • ||
  • ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ; କହିଲେ ଦେଶକୁ ଶକ୍ତି ଦେବ ଏ ବଜେଟ୍
  • ||
  • ସନ୍ଧ୍ୟାରେ ଚତୁର୍ଥ ଟି-ଟ୍ୱେଣ୍ଟି ଲଢ଼େଇ, ବ୍ୟାଟିଂ ତ୍ରୁଟି ସୁଧାରିବ ଭାରତ, ସିରିଜ ବରାବର ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ହକି ଇଣ୍ଡିଆ ଲିଗ୍‌ ସେମ ମୁକାବିଲା: ସନ୍ଧ୍ୟାରେ ଟାଇଗର୍ସ - ଡ୍ରାଗନ୍ସ ଟକ୍କର, ଦ୍ୱିତୀୟ ମ୍ୟାଚ୍‌ରେ ସୁରମା- ତୁଫାନ୍ସ ଲଢ଼େଇ
  • ||
  • ଗଜପତି : ବିଦ୍ୟୁତ ଆଘାତରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ଚାନ୍ଦିପୁଟରେ ରାସ୍ତା ଅବରୋଧ
  • ||
  • ଭୋଗରାଇ : ରାସ୍ତା କଡ଼ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଇସ୍ରାଇଲ୍ ଏୟାରଷ୍ଟ୍ରାଇକରେ ହମାସ୍ ସେନା ଡେପୁଟି କମାଣ୍ଡର ମହମ୍ମଦ ଦୈଫଙ୍କ ମୃତ୍ୟୁ, ସ୍ପଷ୍ଟ କଲା ହମାସ୍
  • ||
  • ଜମ୍ମୁ କାଶ୍ମୀର ପୁଞ୍ଚରେ ସୁରକ୍ଷାବାହିନୀର ଏନକାଉଣ୍ଟର, ସେନା ଗୁଳିରେ ଟଳିଲେ ୩ ଆତଙ୍କୀ
  • ||
  • ଶୁକ୍ରବାରଠୁ ସଂସଦର ବଜେଟ୍‌ ଅଧିବେଶନ: କାଲି ଆସିବ ସାଧାରଣ ବଜେଟ୍, ଆସିପାରେ ୧୬ ବିଲ୍
  • ||

ସୋନିଆ ଓ ରାହୁଲଙ୍କ ମନ୍ତବ୍ୟ ସାମନ୍ତବାଦୀ ଓ ଅହଙ୍କାରର ମାନସିକତା : ଧର୍ମେନ୍ଦ୍ର ପ୍ରଧାନ

Published By : Prameya | January 31, 2025 5:56 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୩୧/୧ : ସଂସଦରେ ମାନ୍ୟବର ରାଷ୍ଟ୍ରପତିଙ୍କ ଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ନିନ୍ଦନୀୟ। ଏହି ବୟାନ କଂଗ୍ରେସର ସାମନ୍ତବାଦୀ ମାନସିକତା । ସେମାନଙ୍କ ଅହଂକାର ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟରୁ ଆସିଥିବା ରାଷ୍ଟ୍ରପତିଙ୍କ ପ୍ରତି ଥିବା ନିରାଶା ଭାବନାକୁ ପ୍ରତିଫଳିତ କରୁଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

କଂଗ୍ରେସର ଚିନ୍ତାଧାରା ସବୁବେଳେ ଏସସି-ଏସଟି-ଓବିସି ବିରୋଧୀ । କଂଗ୍ରେସ ପୁଣି ଥରେ ସେହି ହୀନ ମାନସିକତାର ପରିଚୟ ଦେଇଛି । ଦେଶର ସର୍ବୋଚ୍ଚ ପଦବୀରେ ଦାୟିତ୍ୱରେ ରହୁଥିବା ଦଳିତ, ଅବହେଳିତ ଓ ପଛୁଆ ସମ୍ପ୍ରଦାୟର ଲୋକମାନଙ୍କୁ କଂଗ୍ରେସ ନେତାମାନେ କେବେ ବି ବରଦାସ୍ତ କରିପାରିବେ ନାହିଁ । କଂଗ୍ରେସ କେବଳ ଏସଟି ସମ୍ପ୍ରଦାୟକୁ ଅପମାନିତ କରି ନାହିଁ ବରଂ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅସମ୍ମାନ କରିଛି । ଜଣେ ମହିଳା ଏବଂ ଓଡ଼ିଶାକୁ ଅପମାନିତ କରିଛନ୍ତି । ରାଷ୍ଟ୍ରପତିଙ୍କ ବିରୋଧରେ ଅପମାନସୂଚକ ମନ୍ତବ୍ୟ ଦେଇଥିବାରୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ କ୍ଷମା ମାଗିବା ଦରକାର ।

ଏହାବ୍ୟତୀତ ଶ୍ରୀ ପ୍ରଧାନ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଭୂୟସୀ ପ୍ରଶଂସା କରି କହିଛନ୍ତି ଯେ, ରାଷ୍ଟ୍ରପତି ମୁର୍ମୁ ବଜେଟ୍ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରି ଗତ ଦଶନ୍ଧିରେ ଭାରତର ଉଲ୍ଲେଖନୀୟ ଉପଲବ୍ଧି ଗୁଡ଼ିକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ କରିବା ସହ ୨୦୪୭ମସିହାରେ ବିକଶିତ ଭାରତର ଲକ୍ଷ୍ୟକୁ ସାକାର କରିବା ପାଇଁ ଏକ ଦୂରଦର୍ଶୀ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି । ମାନ୍ୟବର ରାଷ୍ଟ୍ରପତି କହିଥିଲେ । ଏହା ହେଉଛି ଭାରତର ବିକାଶ ଯାତ୍ରାର 'ଅମୃତ କାଳ'। ଦେଶରେ ଚାଲିଥିବା ସରକାର ଯୁବ ବର୍ଗ, ମହିଳା, କୃଷକ, ଅବହେଳିତ ସମ୍ପ୍ରଦାୟ ଏବଂ ଗରିବଙ୍କ ଆକାଂକ୍ଷା ପୂରଣ ପାଇଁ ତିନି ଗୁଣା ଗତିରେ କାମ କରୁଛି ।

ବାବାସାହେବଙ୍କ ଦ୍ୱାରା ପ୍ରଦତ୍ତ ସମ୍ବିଧାନର ମୂଳ ଭାବନାକୁ ଗ୍ରହଣ କରିବା, ପ୍ରତ୍ୟେକ ଗରିବ ପରିବାରକୁ ଏକ ପକ୍କା ଘର ପ୍ରଦାନଠାରୁ ଆରମ୍ଭ କରି ମଧ୍ୟବିତ୍ତ ବର୍ଗଙ୍କୁ ସେମାନଙ୍କ ସ୍ୱପ୍ନ ସାକାର କରିବା ପାଇଁ ସଶକ୍ତ କରିବା, ଯୁବ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଏବଂ କୃଷକ, ମହିଳା ଏବଂ ଅସହାୟଙ୍କ ଆବଶ୍ୟକତାକୁ ପୂରଣ କରିବା ଉପରେ ରାଷ୍ଟ୍ରପତି ଅଭିଭାଷଣ ଦେଇଥିଲେ । ସେହିପରି ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଶିକ୍ଷାକ୍ଷେତ୍ରରେ ଉଦ୍ଭାବନ, ଗବେଷଣା ଏବଂ ବୈଜ୍ଞାନିକ ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିବା,  ଇଜ୍ ଅଫ୍ ଡୁଇଂ ବିଜନେସ୍ ଏବଂ 'ମେକ୍ ଇନ୍ ଇଣ୍ଡିଆ'କୁ ସୁଦୃଢ଼ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର 'ସେବା' ଏବଂ 'କର୍ତ୍ତବ୍ୟ'କୁ ପ୍ରାଥମିକତା ଦେଇ ପ୍ରତିଶ୍ରୁତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ'ର ଭାବନାରେ ପରିଚାଳିତ ଆମ ସରକାରରେ ସୁନିଶ୍ଚିତ କରିଛନ୍ତି ଯେ ସମାଜର ପ୍ରତ୍ୟେକ ବର୍ଗ କେବଳ ଦେଶର ପ୍ରଗତିରେ ଭାଗୀଦାର ନୁହଁନ୍ତି ବରଂ ସମାନ ଭାବେ ସରକାରଙ୍କ ଯୋଜନାର ଲାଭାର୍ଥୀ ମଧ୍ୟ ଅଟନ୍ତି । ଆମର ସାମୂହିକ ପ୍ରୟାସ ଭାରତକୁ ଏକ ଶକ୍ତିଶାଳୀ, ସମୃଦ୍ଧ, ସମାବେଶୀ ଏବଂ ବିକଶିତ ରାଷ୍ଟ୍ରରେ ପରିଣତ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.