ପ୍ରମୂଖ ଖବର
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ଖୁବଶୀଘ୍ର ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା ପରିବର୍ତ୍ତନ, ରାଜସ୍ବ ବିଭାଗ ପକ୍ଷରୁ SOP ଜାରି

Published By : Rasmita Pradhan | August 6, 2025 12:40 PM

ଭୁବନେଶ୍ଵର, ୦୬/୦୮ : ଖୁବଶୀଘ୍ର ନୂଆ ରାଜସ୍ଵ ଗାଁର ସୀମା ପରିବର୍ତ୍ତନ। ୧୬୩୫ଟି ନୂତନ ରାଜସ୍ଵ ଗ୍ରାମର ସୀମା ପରିବର୍ତ୍ତନ ନେଇ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହେଲା ସ୍ଵତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି। ପୁରୁଣା ରାଜସ୍ଵ ଗାଁ ରେକର୍ଡ ଯେମିତି ମିଶି ନଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ। 

ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠିରେ ଲେଖିଛନ୍ତି, ଦୀର୍ଘଦିନ ଧରି ନୂତନ ରାଜସ୍ବ ଗ୍ରାମ ଓ ଏହାର ସୀମା ପୁନଃ ନିର୍ଦ୍ଧାରଣ ଲାଗି ଦାବି ହୋଇଆସୁଥିଲା। ଏହାକୁ ନେଇ ଜିଲ୍ଲାପାଳ, ବନ୍ଦୋବସ୍ତ ଅଧିକାରୀଙ୍କ ପକ୍ଷରୁ ଆସିଥିବା ସୁପାରିସ୍‌କୁ ଆଧାର କରି ସରକାରଙ୍କ ପକ୍ଷରୁ ୧୬୩୫ଟି ରାଜସ୍ବ ଗ୍ରାମକୁ ଅନୁମୋଦନ ପ୍ରଦାନ କରାଯାଇଛି। ରାଜସ୍ବ ଗ୍ରାମ ବିଭାଜନ ଦ୍ବାରା ଦୁଇଟି ଅଲଗା ଗ୍ରାମ ପାଇଁ ନୂତନ ଭୂ-ରେକର୍ଡ ପ୍ରସ୍ତୁତ ହେବା ଉଚିତ୍। ଯେଉଁଥିରେ ପ୍ରତ୍ୟେକ ରାଜସ୍ବ ଗ୍ରାମ ନୂତନ ଖାତା ଓ ପ୍ଲଟ୍ ତଥ୍ୟ ରହିବା ଜରୁରୀ । ନୂତନ ରାଜସ୍ବ ଗ୍ରାମ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଯେପରି ପୁରୁଣା ରାଜସ୍ୱ ଗ୍ରାମର ରେକର୍ଡ ମିଶି ନଯାଏ ସେଥିପ୍ରତି ଦୃଷ୍ଟି ଦେବାକୁ ଏସିଏସ୍ ନିର୍ଦ୍ଦେଶ ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.