ପ୍ରମୂଖ ଖବର
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସଙ୍କୁ ଉଦ୍ଧାର ପାଇଁ ନାସାର ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୨୯/୯: ମହାକାଶରେ ଫସିଥିବା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଫେରିବେ । ଏଥିପାଇଁ ନାସା ପକ୍ଷରୁ ଆରମ୍ଭ ହୋଇଛି ଅଭିଯାନ । ଦୁଇ ଦଳକୁ ନେଇ ଉଡ଼଼ାଣ ଭରିଲା କ୍ରୁ-୯ ଡ୍ରାଗନ କ୍ୟାପସୁଲ । ଅନ୍ତରାଷ୍ଟ୍ରୀୟ ମହାକାଶ ଷ୍ଟେସନକୁ ଉଦ୍ଧାରକାରୀ ଟିମ ପଠାଇଲା ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା । ଗତ ୬ ଜୁନରୁ ଇଣ୍ଟରନାସନାଲ ସ୍ପେସ ଷ୍ଟେସନରେ ଫସି ରହିଛନ୍ତି ଦୁଇ ମହାକାଶଚାରୀ । ସେମାନଙ୍କୁ ଉଦ୍ଧାର କରିବାକୁ ସ୍ପେସ ଏକ୍ସ ପକ୍ଷରୁ ଆରମ୍ଭ ହୋଇଛି ରେସକ୍ୟୁ ଅପରେସନ । ସ୍ପେସ ଏକ୍ସର ଦୁଇ ଚାଳକ ଦଳକୁ ନେଇ ଟିମ ଇଣ୍ଟରନାସନାଲ ସ୍ପେଶ ଷ୍ଟେସନ ଯିବ । 

ଏମାନଙ୍କ ମଧ୍ୟରେ ଜଣେ ଆମେରିକୀୟ ମହାକାଶଚାରୀ ଥିବାବେଳେ ଅନ୍ୟ ଜଣେ ରୁଷିଆର ମହାକାଶଚାରୀ । ତେବେ ଗତ ଜୁନ ୬ ତାରିଖରେ ଇଣ୍ଟରନାସନାଲ ସ୍ପେସ ଷ୍ଟେସନକୁ ଯାଇଥିଲେ ମହାକାଶଚାରୀ ସୁନୀତା ୱିଲିୟମସ ଓ ବେରି ୱିଲମୋର । ସେହିଦିନଠାରୁ ଦୁଇ ବୈଜ୍ଞାନିକ ସେଠାରେ ଫସି ରହିଛନ୍ତି । ନାସାର ବ୍ୟବସାୟିକ ଉଡ଼ାଣ ହିସାବରେ କ୍ରୁ ନାଇନ ମିଶନ ସ୍ପେସ ଏକ୍ସର ନବମ ଉଡ଼ାଣ । ଫ୍ଲୋରିଡାର କେପ କେନାବେରେଲ ସ୍ପେସ କୋର୍ସ ଷ୍ଟେସନରୁ ଏହି ମହାକାଶ ଯାନ ଭାରତୀୟ ସମୟ ଅନୁସାରେ ଗତକାଲି ରାତି ୧୦ଟା ୪୭ ମିନିଟରେ ଉଡ଼ାଣ ଭରିବାର କାର୍ଯ୍ୟକ୍ରମ ରହିଥିଲା । ସବୁ ଠିକଠାକ ଚାଲିବେ ଆସନ୍ତା ୩୦ ତାରିଖରେ ସୋମବାର ଭାରତୀୟ ସମୟ ଭୋର ୩ଟା ସମୟରେ ଏହି ଯାନ ଇଣ୍ଟରନାସନାଲ ସ୍ପେଶ ଷ୍ଟେସନରେ ଓହ୍ଲାଇବ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.