ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

୧୩ରୁ ବଜେଟ୍ ଅଧିବେଶନ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

Published By : Prameya | February 6, 2025 2:05 PM

ଭୁବନେଶ୍ଵର, ୦୬/୦୨ : ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ। ଦିନ ୧୧ଟା ବେଳେ ବୈଠକ ହେବ। ଶାନ୍ତିଶୃଙ୍ଖଳାରେ ଗୃହ ପରିଚାଳନା ପାଇଁ ବାଚସ୍ପତି ସମସ୍ତଙ୍କ ସହ ଆଲୋଚନା କରିବେ।  

ଏହି ଖବରଟିକୁ ପଢନ୍ତୁ-ଏଥର ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ସିରିଏଲ୍‌ ନମ୍ବର, ଭାଇରାଲ୍‌ ହେଲେ ଧରାପଡିବ

ସୂଚନା ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ ।

ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟ ସବୁ ଗୃହରେ ଆଗତ ହେବ । ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ହେବ। ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.