ପ୍ରମୂଖ ଖବର
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ

Published By : Harapriya Sethi | July 14, 2025 7:27 AM

ଆଠଗଡ଼, ୧୪/୦୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠ। ହଜାର ହଜାର ଶ୍ରଦ୍ଧାଳୁ ଓ କାଉଡିଆମାନେ କଂକ୍ରିଟ ସେତୁ ଦେଇ ଆସି ବାବା ଧବଲେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି । ବିଶ୍ଵାସ ରହିଛି ଧବଳେଶ୍ଵରଙ୍କ ମସ୍ତକରେ ଜଳଲାଗି କଲେ ମାନସିକ ପୂରଣ ହୋଇଥାଏ। ସେଥିପାଇଁ ଓଡ଼ିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ଛୁଟି ଆସିଥାନ୍ତି ଏହି ପବିତ୍ର ପୀଠକୁ। 

ଧାର୍ମିକ ବିଶ୍ୱାସ  ରହିଛି ଶ୍ରାବଣ ମାସର ସୋମବାରରେ ବାବା ଧବଳେଶ୍ବରଙ୍କ ମସ୍ତକରେ ଜଳଲାଗି କଲେ କୋଟି ଜନ୍ମର ପୂର୍ଣ୍ଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ । ସେଥିପାଇଁ ଓଡିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ଛୁଟି ଆସିଥାନ୍ତି ଏହି ପବିତ୍ର ପୀଠକୁ। ପୂଜକ ସମିତି ପକ୍ଷରୁ ରାତ୍ର ୪ଟାରେ ପହଡ ଖୋଲାଯାଇ ୧୦୮ କଳସ ପବିତ୍ର ଜଳରେ ବାବାଙ୍କୁ ସ୍ନାନ କରି ମଙ୍ଗଳାଆଳତୀ ପରେ ସମସ୍ତ ନୀତିକାନ୍ତି ସମାପନ କରାଯାଇଥିଲା । ପରେ ଶ୍ରଦ୍ଧାଳୁ ମାନେ ଜଳଲାଗି କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରଶାସନ ପକ୍ଷରୁ କଂକ୍ରିଟ ପୋଲ ଠାରୁ ମନ୍ଦିର ବେଢ଼ା ପର୍ଯ୍ୟନ୍ତ  ବ୍ୟାରିକେଡ଼ କରାଯାଇ ଭକ୍ତ ମାନଙ୍କୁ ସୁବିଧାରେ ଦର୍ଶନ କରିବା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.