ପ୍ରମୂଖ ଖବର
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ

Published By : Harapriya Sethi | July 21, 2025 7:25 AM

ଆଠଗଡ଼, ୨୧/୦୭: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠ। ହଜାର ହଜାର ଶ୍ରଦ୍ଧାଳୁ ଓ କାଉଡିଆମାନେ କଂକ୍ରିଟ ସେତୁ ଦେଇ ଆସି ବାବା ଧବଲେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି । ବିଶ୍ଵାସ ରହିଛି ଧବଳେଶ୍ଵରଙ୍କ ମସ୍ତକରେ ଜଳଲାଗି କଲେ ମାନସିକ ପୂରଣ ହୋଇଥାଏ। ସେଥିପାଇଁ ଓଡ଼ିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ଛୁଟି ଆସିଥାନ୍ତି ଏହି ପବିତ୍ର ପୀଠକୁ। 

ଧାର୍ମିକ ବିଶ୍ୱାସ  ରହିଛି ଶ୍ରାବଣ ମାସର ସୋମବାରରେ ବାବା ଧବଳେଶ୍ବରଙ୍କ ମସ୍ତକରେ ଜଳଲାଗି କଲେ କୋଟି ଜନ୍ମର ପୂଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ । ସେଥିପାଇଁ ଓଡିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ଛୁଟି ଆସିଥାନ୍ତି ଏହି ପବିତ୍ର ପୀଠକୁ। ପୂଜକ ସମିତି ପକ୍ଷରୁ ରାତ୍ର ୪ଟାରେ ପହଡ ଖୋଲାଯାଇ ୧୦୮ କଳସ ପବିତ୍ର ଜଳରେ ବାବାଙ୍କୁ ସ୍ନାନ କରି ମଙ୍ଗଳାଆଳତୀ ପରେ ସମସ୍ତ ନୀତିକାନ୍ତି ସମାପନ କରାଯାଇଥିଲା । ଏହା ପରେ ଶ୍ରଦ୍ଧାଳୁ ମାନେ ଜଳଲାଗି କରିଥିଲେ। ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରଶାସନ ପକ୍ଷରୁ କଂକ୍ରିଟ ପୋଲ ଠାରୁ ମନ୍ଦିର ବେଢ଼ା ପର୍ଯ୍ୟନ୍ତ  ବ୍ୟାରିକେଡ଼ କରାଯାଇ ଭକ୍ତ ମାନଙ୍କୁ ସୁବିଧାରେ ଦର୍ଶନ କରିବା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.