ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ହିଟୱେଭ ନେଇ ୮ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ବର, ୧୦।୬ : ରାଜ୍ୟରେ ହିଟଓ୍ବେଭକୁ ନେଇ ୮ ଜଣକ  ଜିଲ୍ଲାପାଳଙ୍କୁ  ଏସଆରସି ଚିଠି ଲେଖିଛନ୍ତି।  ପ୍ରବଳ ଖରାର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର , ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ରେ ପ୍ରବଳ ଖରା ଅନୁଭୂତ ହେବ। ସେଥିପାଇଁ ଉକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ଅବଲମ୍ବନ କରିବାକୁ ଏସଆରସି ନିର୍ଦେଶ ଦେଇଛନ୍ତି। 

ଅନ୍ୟପକ୍ଷରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ପାଗ ଅନୁକୂଳ ନାହିଁ। ଆଗାମୀ ୩ ରୁ ୪ ଦିନ ପର୍ଯ୍ୟନ୍ତ ମୌସୁମୀ ବାୟୁ ଅଗ୍ରସର ନହୋଇପାରେ। ମୌସୁମୀ ସକ୍ରିୟ ହୋଇପରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରେବେଶ କରୁଛି। ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି। ଆଗାମୀ ୫ ଦିନ ଉତ୍ତର, ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ। ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବା ନେଇ ଆକଳନ କରାଯାଉଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.