ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାର ହତ୍ୟା ଘଟଣା, ଅଭିଯୁକ୍ତକୁ ଧରି ସିନ୍ ରିକ୍ରିଏସନ୍ କଲା ପୋଲିସ

Published By : Prameya | March 18, 2025 2:40 PM

କଟକ, ୧୮/୦୩ : ବୟାଳିଶ ମୌଜା ଥାନା ଶ୍ରୀକୃଷ୍ଣ ବିହାର ଅଞ୍ଚଳର ବିକାଶ ମହାନ୍ତି ହତ୍ୟା ଘଟଣା। ଅଭିଯୁକ୍ତ ପ୍ରକାଶ ସୂତାରକୁ ଧରି ଘଟଣାସ୍ଥଳରେ ସିନ୍ ରିକ୍ରିଏସନ୍ କଲା ପୋଲିସ। ହୋଲି ଦିନ ଅଭିଯୁକ୍ତ ସହ ଉପସ୍ଥିତ ଥିବା ଅନ୍ୟ ୫ ଜଣଙ୍କୁ ମଧ୍ୟ ଘଟଣାସ୍ଥଳକୁ ଆଣି ପୋଲିସ ସିନ୍ ରିକ୍ରିଏସନ୍ କରିଛି। ଘଟଣାସ୍ଥଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ସୂଚନାନୁଯାୟୀ, ହୋଲିଦିନ ଶ୍ରୀକୃଷ୍ଣ ବିହାରର ଏକ ଭଡ଼ା ଘରେ ପ୍ରକାଶ ସୂତାର ସହିତ ଅନ୍ୟ ୭ ଜଣ ଭୋଜି ଆୟୋଜନ କରିଥିଲେ । ସେହି ଭୋଜିରେ କଲ୍ୟାଣୀନଗରରେ ରହୁଥିବା ଜଗତସିଂହପୁର ଏରସମା ଥାନା ଅଞ୍ଚଳର ବିକାଶ ମହାନ୍ତି ମଧ୍ୟ ଥିଲେ । ତେବେ କ୍ୟାରମ୍‌ ବୋର୍ଡ ଉପରେ ପାଣି ଢାଳିଯିବାରୁ ପ୍ରକାଶ ଓ ବିକାଶ ମଧ୍ୟରେ ପାଟିତୁଣ୍ଡ ଆରମ୍ଭ ହୋଇଥିଲା । ଏହାପରେ ପ୍ରକାଶ ରାଗିଯାଇ ଅନ୍ୟ ଏକ ରୁମ୍‌ରୁ ବନ୍ଧୁକ ଆଣି ବିକାଶ ମୁଣ୍ଡରେ ଲଗାଇ ଚଳାଇଥିଲା । ଫଳରେ ଘଟଣା ସ୍ଥଳରେ ବିକାଶର ମୃତ୍ୟୁ ହୋଇଥିଲା । ପରେ ପୋଲିସ ସେହି ରୁମ୍‌ରୁ ଅଭିଯୁକ୍ତ ପ୍ରକାଶକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ତେବେ ହତ୍ୟାକାଣ୍ଡର ପ୍ରକୃତ ଉଦ୍ଦେଶ୍ୟକୁ ନେଇ ପୋଲିସ ମନରେ ସନ୍ଦେହ ରହିଛି । ପାଣି ଢଳା ଭଳି ଛୋଟିଆ ଘଟଣାକୁ ନେଇ ହତ୍ୟାକାଣ୍ଡକୁ ପୋଲିସ ସହଜରେ ଗ୍ରହଣ କରିପାରୁନି । ତେଣୁ ପ୍ରକାଶଙ୍କୁ ଅଧିକ ଜେରା କରିବାକୁ ଅଭିଯୁକ୍ତକୁ ତିନି ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ୍ ପୋଲିସ। 

ଏହି ଖବରଟିକୁ ପଢନ୍ତୁ-କେନ୍ଦୁଝରରେ ଡାଇରିଆ ଆତଙ୍କ, ଜଣେ ମୃତ ୧୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ













Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.