ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗ, କ୍ୟାବିନେଟରେ ଆସିବ ତଦନ୍ତ ରିପୋର୍ଟ…

Published By : Prameya | April 7, 2025 5:45 PM

ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗ । ସାର୍ବଜନୀନ ହେବ ତଦନ୍ତ ରିପୋର୍ଟ । କ୍ୟାବିନେଟରେ ତଦନ୍ତ ରିପୋର୍ଟ ଉପସ୍ଥାପନା କରାଯିବ। ସରକାରୀ ନିଷ୍ପତ୍ତି ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ଼ଭୋକେଟ ଜେନେରାଲ (AG)।

ଉଲ୍ଲେଖଯୋଗ୍ୟ ଯେ, ରତ୍ନଭଣ୍ଡାର ଚାବି ହଜିବା ସମ୍ପର୍କରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ ହେବ କି ନାହିଁ, ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ନେଇ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ବେଳେ ଏକଥା ସାମ୍ନାକୁ ଆସିଥିଲା। ଯେହେତୁ ଏହି ଗୋଟିଏ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଦୁଇଟି ପୃଥକ ସତ୍ୟପାଠ ଦାଖଲ ହୋଇଛି ତାକୁ ନେଇ ଦ୍ଵନ୍ଦ୍ବ ଉପୁଜିଥିଲା।  ଗତ ୨୯.୧.୨୪ ରେ ଦାକଲ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ନକରିବାକୁ ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ୨୦୨୪ ଏପ୍ରିଲ ୫ରେ ଦାଖଲ ହୋଇଥିବା ଦ୍ବିତୀୟ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ରାଜି ଅଛନ୍ତି ବୋଲି ଦର୍ଶାଯାଇଛି । ତେଣୁ ଉଭୟ ସତ୍ୟପାଠ ଉପରେ ହାଇକୋର୍ଟ ସରକାରଙ୍କ ସ୍ପଷ୍ଟୀକରଣ ଲୋଡିଥିଲେ । ଗତ ୨୦୨୫ ମାର୍ଚ୍ଚ ୧୯ ତାରିଖରେ ଉଭୟ ସତ୍ୟପାଠ ଉପରେ ହାଇକୋର୍ଟ ସ୍ପଷ୍ଟୀକରଣ ଲୋଡିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.