ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର

ଆଠଗଡ,୧୧/୦୯: ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା ହୋଇଥିଲା । ଏଥିରେ ଛୁରା ମାଡରେ ଜଣେ ପ୍ରାଣ ହରାଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । କଟକ ଖୁଣ୍ଟୁଣି ଥାନା ଅନ୍ତର୍ଗତ ଧୁରୁଷିଆ ଗାଁରେ ଗଣେଷ ପୂଜା ଭସାଣୀ ସମୟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମଙ୍ଗଳବାର ଧୁରୁଷିଆ ଗାଁର ଗୋପାଳ ସାହି ଓ ହରିଜନ ସାହିର ଗଣେଶ ଭସାଣ ଚାଲିଥିଲା । ଏହି ସମୟରେ ଦୁଇଟି ମେଢ ମୂହାଁମୂହିଁ ହେବା ସହ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା , ପାଟିତୁଣ୍ଡ ହୋଇଥିଲା । ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା, ଭୁଜାଲି ମାଡ ହୋଇଥିଲା । ଏଥିରେ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହୁପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରାଣ ହରାଇଛନ୍ତି । ଏହି ଘଟଣା ସମ୍ୱନ୍ଧରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଅନ୍ୟପଟେ ଏହି କାରଣରୁ ଗାଁରେ ଲାଗି ରହିଛି ଉତ୍ତେଜନା । ବିନା ଅନୁମତିରେ ଚାଲିଥିଲା ଭସାଣ । ଏହି କାରଣରୁ ଗାଁରେ ପୋଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ପୋଲିସ ୨ ଜଣକୁ ଅଟକ ରଖି ପଚରାଉଚରା କରୁଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.