ଭୁବନେଶ୍ୱର, ୨୭/୦୫: ବୁଧବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଲୋଚନା ପରେ ଗୃହୀତ ହେବ ।
ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ ୫ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ଢାଞ୍ଚା ଗତ ନିୟମ ପରିବର୍ତ୍ତନ ଅନୁଯାୟୀ ବସିବ ବୈଠକ। ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବ। କିଛି ପ୍ରସ୍ତାବରେ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ସୂଚନା ମିଳିଛି।