ପ୍ରମୂଖ ଖବର
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା, ଆଜି ପୁଣି ପାଣି ଛାଡ଼ିବ ହୀରାକୁଦ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଏସସିବି ମେଡିକାଲ କଲେଜ ଓ କର୍କଟ କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ

Published By : Anindita Ratha | August 22, 2025 12:28 PM

କଟକ,୨୨/୦୮:  ଶୁକ୍ରବାର ସକାଳୁ ଏସସିବି ମେଡିକାଲ କଲେଜ ଓ କର୍କଟ କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ।  ପ୍ରଥମେ ହେମାଟୋଲୋଜି ବିଭାଗ ଯାଇ ଚିକିତ୍ସା ବ୍ୟବସ୍ଥା ବିଷୟରେ ବୁଝିବା ସହିତ ରୋଗୀଙ୍କ ସହିତ କଥା ହୋଇଛନ୍ତି । ଏହାପରେ ବୋନ ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ସ୍ଥିତି ସମୀକ୍ଷା କରିଛନ୍ତି। ପରେ ଆଞ୍ଚଳିକ ମେରୁଦଣ୍ଡ ଆଘାତ କେନ୍ଦ୍ର ପରିଦର୍ଶନ କରିଥିଲେ। ଫିଜିଓଥେରାପି ପାଇଁ ଆସିଥିବା ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ଏହି ସମୟରେ ଏସସିବିର ଅଧକ୍ଷ ପ୍ରଫେସର ଡା. ଲୁସି ଦାଶ ଓ ଅଧିକ୍ଷକ ପ୍ରଫେସର ଡା. ଗୌତମ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ସ୍ୱାସ୍ଥ୍ୟ ସଚିବ ଆଚାର୍ଯ୍ୟ ହରିହର କର୍କଟ ରୋଗ ଗବେଷଣା କେନ୍ଦ୍ର ଯାଇ ଚିକିତ୍ସା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ବିଭିନ୍ନ ୱାର୍ଡ ଯାଇ ରୋଗୀ ସେବାର ସ୍ଥିତି ଯାଞ୍ଚ କରିଥିଲେ । ଏହି ଅବସରରେ କେନ୍ଦ୍ରର ନିର୍ଦେଶକ ଡା. ଦୀପକ ରଞ୍ଜନ ଦାସ ଉପସ୍ଥିତ ଥିଲେ। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.