ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ରାଜ୍ୟସ୍ତରୀୟ କ୍ରିକେଟ ନାଇଟ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

Published By : Bijay Swain | March 29, 2025 10:56 PM

ବେଲବାହାଳି/ଅଳତୀ, ୨୯/୩(ଆପ୍ର): ଘସିପୁରା ବ୍ଳକ ଅନ୍ତର୍ଗତ ତରିମୂଳ ମା ମଙ୍ଗଳା କ୍ରିକେଟ୍‌ କ୍ଲବ ପକ୍ଷରୁ ତିନିଦିନିଆ ରାତ୍ରିକାଳୀନ ରାଜ୍ୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଶୁଭ ଉଦ୍‌ଘାଟିତ ହୋଇଛି। ଏଥିରେ ମୋଟ ୧୬ଟି କ୍ରିକେଟ ଟିମ୍‌ ଅଂଶ ଗ୍ରହଣ କରିଛନ୍ତି। ପ୍ରଥମ ମ୍ୟାଚ୍‌ ପୁରୀ ପିପିଲି ଏକାଦଶ ଏବଂ କେନ୍ଦୁଝର ଦାନ୍ତିଆ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଅମ୍ପାୟାର ଭାବେ ବବୁଲ, ଜ୍ଞାନ ସ୍ୱାଇଁ ମ୍ୟାଚ ପରିଚାଳନା କରିଥିବାବେଳେ ସ୍କୋରର ଭାବେ ସତ୍ୟ ବଳ କାର୍ଯ୍ୟ ତୁଲାଇଥିଲେ। 

ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୦ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ମଧୁସ୍ମିତା ଦାସ, ତରିମୂଳ ପଞ୍ଚାୟତର ସମିତି ସଭ୍ୟା ତପଇ ବେହେରା, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଦିଲ୍ଲୀପ କୁମାର ରାଉତ, ସ୍ଥାନୀୟ ସରପଞ୍ଚ ପଙ୍କଜିନୀ ରାଉତରାୟ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଥମେ ଅତିଥି ମାନେ ଖେଳାଳି ମାନଙ୍କ ସହ ହାତ ମିଳାଇଥିଲେ। ଏହା ପରେ ଜାତୀୟ ସଙ୍ଗୀତ ଗାନ ହୋଇଥିଲା। ଉଦ୍‌ଘାଟନୀ ଦିବସରେ ବହୁ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ରବିବାର ଦିନ ସେମି ଫାଇନାଲ ଏବଂ ଗ୍ରାଣ୍ଡ ଫାଇନାଲ ମ୍ୟାଚ ହେବାକୁ ଯାଉଥିବା ବେଳେ ଦର୍ଶକଙ୍କ ଭିଡ଼କୁ   ଲକ୍ଷ୍ୟକରି କମିଟି ପକ୍ଷରୁ ସମସ୍ତ ଶାନ୍ତି ଶୃଙ୍ଖଳା ବ୍ୟବସ୍ଥା କଡାକଡି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.