ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ରାଜ୍ୟସ୍ତରୀୟ ରଜ ମହୋତ୍ସବ : ଅସ୍ତିତ୍ୱ ଓ ପରମ୍ପରାକୁ ଆମେ ଭୁଲିନୁ, ଆଗକୁ ଏହା ଉପରେ ଆହୁରି ଗୁରୁତ୍ୱ ଦିଆଯିବ - ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୧୪/୬ : ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହୁଳହୁଳି, କରତାଳି ଓ ପାରମ୍ପରିକ ନୃତ୍ୟବାଦ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଯାଇଥିଲେ ସାଧାରଣ ଜନତା । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ରଜ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ସାଧାରଣ ଲୋକଙ୍କ ସହିତ ପାଳନ କରିଥିଲେ ରଜ ମହୋତ୍ସବ। ଫୁଲ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଜଣେ ଖାଣ୍ଟି ଓଡିଆ ଘରର ପୁଅ ଭଳି ପୋଡ ପିଠା ଖାଇଥିଲେ, ରଜ ପାନ ଖାଇଥିଲେ। ପିଲାଙ୍କୁ ଦୋଳି ମଧ୍ୟ ଖେଳାଇଥିଲେ।

ସେଠାରେ ରଜ ମହୋତ୍ସବ ପାଳିବା ପାଇଁ ଉପସ୍ଥିତ ଥିବା ଯୁବକ, ଯୁବତୀ ଓ ଜନତାଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରଜ ମହୋତ୍ସବ ହେଉଛି ଓଡିଆ ସଂସ୍କୃତି ଓ ଅସ୍ମିତାର ଗଣପର୍ବ। ନୂଆ ସରକାର ଆସିବା ପରେ ସଂସ୍କୃତି ବିଭାଗ ପକ୍ଷରୁ ରଜ ପର୍ବ ପାଳନ କରିବା ଏକ ସୁନ୍ଦର ଉଦ୍ୟମ ବୋଲି ସେ କହିଥିଲେ । ଓଡିଆ ଘରେ ରଜ ପର୍ବ ପାଳନ ସମ୍ପର୍କରେ ବର୍ଣ୍ଣନା କରି ପୁଅ, ଝିଅମାନେ କିଭଳି ନୂଆ ବସ୍ତ୍ର ପରିଧାନ କରନ୍ତି, ସମସ୍ତେ କିପରି ମିଠା ପତ୍ରରେ ତିଆରି ରଜ ପାନର ମଜା ନିଅନ୍ତି, ମା’ମାନେ କିପରି ପୋଡ ପିଠା କରି ସମସ୍ତଙ୍କୁ ଖୁଆନ୍ତି, ଗାଁ ଗହଳିରେ କିପରି ଦୋଳି ଖେଳ ଓ ତାସ ଖେଳର ମଜା ନିଅନ୍ତି ସେ ସମ୍ପର୍କରେ ବିସ୍ତୃତ ରୂପରେଖ ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ରଜ ପର୍ବ ବିଷୟରେ ଶୁଣି ସମସ୍ତେ ଅନୁଭବ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଜଣେ ଖାଣ୍ଟି ଓଡିଆ ଘରର ପୁଅ। 

ଏହାପରେ ତାଙ୍କ ନିଜ ଜନ୍ମମାଟି କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ କିପରି ସମସ୍ତେ ରଜ ପର୍ବରେ ସାମିଲ ହେବା ପାଇଁ ସହରରୁ ଗାଁକୁ ଯାଇଥାନ୍ତି ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଜିଲ୍ଲାର ସହରସବୁ ଖାଲି ହୋଇଯାଏ। ସମସ୍ତେ ଗାଁକୁ ଯାଇ ରଜ ପାଳନ କରନ୍ତି । ସେ ପୁଣି କହିଥିଲେ ଯେ ଆପଣମାନଙ୍କ ସହିତ ରଜ ପର୍ବରେ ସାମିଲ ହୋଇ ସେ ବହୁତ ଖୁସି ଅନୁଭବ କରୁଛନ୍ତି। ଏହି ରଜ ଉତ୍ସବ ପ୍ରମାଣ କରୁଛି ଯେ ଆମେ ଓଡିଆ ଅସ୍ମିତା, ଅସ୍ତିତ୍ୱ, ସଂସ୍କୃତି ଓ ପରମ୍ପରାକୁ ଭୁଲିନାହୁଁ। ସେ କହିଥିଲେ ଯେ ତାଙ୍କର ନୂଆ ସରକାର ଓଡିଆ ଅସ୍ମିତା ଓ ସଂସ୍କୃତି ଉପରେ ଗୁରୁତ୍ୱ ଦେଉଛି। ଏହାକୁ ଆଗାମୀ ଦିନରେ ଆହୁରି ଉଜ୍ଜିବୀତ କରାଯିବ ବୋଲି ସେ କହିଥିଲେ। 

ଓଡିଆ ଅସ୍ମିତା ଓ ସଂସ୍କୃତିର ଏହି ଗଣପର୍ବକୁ ନୂଆ ସରକାର ଆସିବା ପରେ ପ୍ରଥମ ଥର ପାଇଁ ଯେପରି ଚିତାକର୍ଷକ ଭାବରେ ଆୟୋଜନ କରାଯାଇଛି ସେଥିପାଇଁ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ସଂସ୍କୃତି ବିଭାଗ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଜନଜାତି ଜୀବନ ଶୈଳି ଉପରେ ଆଧାରିତ ‘Soul of the Soil’ ନାମକ ଏକ କଫି ଟେବୁଲ୍ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ ରାଉତରାୟ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। 

ରାସ୍ତାର ଉଭୟ ପାର୍ଶ୍ୱରେ ଜନତା ଦେଲେ ସମ୍ବର୍ଦ୍ଧନାପିଲାଙ୍କଠାରୁ ଫୁଲ ନେଲେସେଲ୍‌ଫି ଉଠାଇଲେ

ସଂଗ୍ରହାଳୟକୁ ଯିବା ରାସ୍ତାର ଉଭୟ ପାର୍ଶ୍ୱରେ ଛୋଟ ପିଲାଙ୍କଠାରୁ ଆରମ୍ଭକରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସ୍ଥାନେ ସ୍ଥାନେ ଗାଡି ଅଟକାଇ ସେ ପିଲାଙ୍କ ଠାରୁ ଫୁଲ ତୋଡା ଗ୍ରହଣ କରିଥିଲେ। ପିଲାଙ୍କ ସହ ସେଲ୍‌ଫି ମଧ୍ୟ ଉଠାଇଥିଲେ। ଜଣେ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସେ ଯେଉଁଭଳି ସରଳ ଭାବରେ ସମସ୍ତଙ୍କ ସହ ମିଶୁଛନ୍ତି, କଥା ହେଉଛନ୍ତି, ସୁଖଦୁଃଖ ଶୁଣୁଛନ୍ତି, ଏହାଦ୍ୱାରା ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଗଢି ଉଠୁଥିବା ତାଙ୍କ ପରିଚୟ ଆହୁରି ସୁଦୃଢ ହେଉଛି ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.