ପ୍ରମୂଖ ଖବର
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

କେନ୍ଦୁଢିପିରେ ୩୧ତମ ଜନ୍ମ ଜୟନ୍ତୀରେ ସହିଦ ସରୋଜଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ, ସିକିମ୍‌ର ତ୍ରିସ୍ଥା ନଦୀରେ ଭୟଙ୍କର ବନ୍ୟାରେ ହୋଇଥିଲା ମୃତ୍ୟୁ

Published By : Prameya | May 18, 2025 3:43 PM

ଭୁବନ,୧୮।୫: ଭୁବନ ବ୍ଲକ ଦୀଘି ପଞ୍ଚାୟତ କେନ୍ଦୁଢିପି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସାନପୁଅ ସରୋଜ ସେନାବାହିନୀରେ କାର୍ଯ୍ୟ କରୁଥିଲେ । ସିକିମଠାରେ ତ୍ରିସ୍ଥା ନଦୀରେ ଭୟଙ୍କର ବନ୍ୟାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଏଥିରେ ସରୋଜ ମଧ୍ୟ ପ୍ରାଣ ହରାଇଥିଲେ । ରବିବାର ସହିଦ ସରୋଜଙ୍କର ୩୧ତମ ଜନ୍ମ ଜୟନ୍ତୀ ପାଳନ ହୋଇଛି । ଏହି ଅବସରରେ ସ୍ଥାନୀୟ ବିଧାୟକ ଶତ୍ରୁଘ୍ନ ଜେନା କେନ୍ଦୁଢିପିରେ ଏକ ପୂର୍ଣ୍ଣାଙ୍ଗ ମୂର୍ତ୍ତି ଅନାବରଣ କରିଥିଲେ । 

ତାଙ୍କ ଜନ୍ମ ଜୟନ୍ତୀରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ଜେନା, ଜିଲ୍ଲା ପରିଷଦ ସଦସ୍ୟା ଶିଳାରାଣୀ ସାହୁ, ସମାଜସେବୀ ସଚିଦାନନ୍ଦ ରାଉତ, ସୁଶାନ୍ତ ସ୍ଵାଇଁ, ବିଷ୍ନୁ ମିଶ୍ର, ରୁନୁବାଳା ରାଉତ, ରଞ୍ଜନ ବାରିକ, ଧବି ଦାସ ଯୋଗ ଦେଇଥିଲେ । ଗଙ୍ଗାଧର ନାୟକ ମଞ୍ଚ ପରିଚାଳନା କରିଥିଲେ । ସହିଦଙ୍କ ବଡ଼ଭାଇ ମନୋଜ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରକାଶ ଚନ୍ଦ୍ର ପୁହାଣ, ମା' ଶାନ୍ତିଲତା ଦାସ, ଭଉଣୀ ଲତା, ବନିତା, ଭାଉଜ ସସ୍ମିତା ସହଯୋଗ କରିଥିଲେ । କେନ୍ଦ୍ର ସରକାର ଏହାକୁ ବାଟେଲ୍ କାଜୁଆଲିଟି ଘୋଷାଣ କରିଥିଲେ ବି କୌଣସି ସହଯୋଗ ମିଳିଲା ନାହିଁ ବୋଲି ପରିବାର ଲୋକ କ୍ଷୋଭ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.