ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଶୁଭାରମ୍ଭ ହେଲା ଷ୍ଟପ ଡାଇରିଆ ଅଭିଯାନ; ଆଶା କର୍ମୀ ସ୍ବାସ୍ଥ୍ୟ ସଚେତନତାର ବ୍ରାଣ୍ଡ ଆମ୍ବାସଡର : ସାଂସଦ ଡା ପାତ୍ର

Published By : Bijay Swain | June 16, 2025 4:43 PM

ପୁରୀ, ୧୬/୬: ଆଶା କର୍ମୀମାନେ ସ୍ବାସ୍ଥ୍ୟ ସଚେତନତାର ବ୍ରାଣ୍ଡ ଆମ୍ବାସଡର। ସେମାନଙ୍କ ସେବା ଓ ଲୋକମାନଙ୍କୁ ସଚେତନତା ଆମକୁ ସୁସ୍ଥ ରଖିବାରେ ସହାୟକ ହୋଇଛି ବୋଲି କହିଛନ୍ତି ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର । ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଷ୍ଟପ ଡାଇରିଆ ଅଭିଯାନର ଶୁଭାରମ୍ଭ କରିଥିଲେ ସାଂସଦ ଡା ପାତ୍ର । ଏହି ଅବସରରେ ସଚେତନତା ପ୍ରଚାର ପତ୍ରକୁ ଉନ୍ମୋଚନ କରି ଡା ପାତ୍ର ଦୂଷିତ ଜଳ ଓ ଖାଦ୍ୟ ଯୋଗୁଁ ଡାଇରିଆ ର ସମ୍ଭାବନା ରହିଥାଏ ବୋଲି କହିଥିଲେ । 

ସୂତନା ମୁକାବକ, ବର୍ତ୍ତମାନ ଯାଜପୁର ଜିଲ୍ଲା ସହ ଅନ୍ୟ କେତେକ ଜିଲ୍ଲାରେ ଡାଇରିଆର ପ୍ରକୋପ ଦେଖା ଦେଇଛି । ଆମେ ସମସ୍ତେ ବର୍ତ୍ତମାନ ଠାରୁ ସତର୍କ ହେଲେ ଓ ଅନ୍ୟ ମାନଙ୍କୁ ସଚେତନ କରାଇଲେ ଡାଇରିଆକୁ ପ୍ରତିହତ କରି ପାରିବା । ସ୍ବାସ୍ଥ୍ୟ ବିଭାଗ ଜିଲ୍ଲାର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳକୁ ଚିହ୍ନଟ କରିବା ସହ ସମସ୍ତ ଜଳ ଉତ୍ସ ବିଶୋଧନ କରାଇବା, ଓଆରଏସ, ହାଲୋଜିନ,ଜିଙ୍କ ଇତ୍ୟାଦି ବଣ୍ଟନ ଓ ବ୍ୟବହାର ସମ୍ପର୍କରେ ସଚେତନ କରାଇବାକୁ ସେ ପରାମର୍ଶ ଦେଇଥିଲେ । ଆଶା କର୍ମୀମାନେ ତୃଣମୂଳ ସ୍ତରରେ ଜଣେ ଜଣେ ଶ୍ରେଷ୍ଠ ସୈନିକ । ସେମାନଙ୍କ ମାଧ୍ୟମରେ ଆମେ ସ୍ବାସ୍ଥ୍ୟ ସେବାକୁ ଅଧିକ ସକ୍ରିୟ କରି ପାରିବା । ଆଜିର ବିଜ୍ଞାନ ଓ ବୈଷୟିକ ଦକ୍ଷତା ସମୟରେ ଆମେ ସୋସିଆଲ ମିଡ଼ିଆ ମାଧ୍ୟମରେ ମଧ୍ୟ ସଚେତନତା ସୃଷ୍ଟି ସହ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ ସମ୍ପର୍କରେ ସାଧାରଣରେ ସୂଚିତ କରିବାକୁ ଡା ପାତ୍ର ପରାମର୍ଶ ଦେଇଥିଲେ । 

ସିଡିଏମଓ ଡ ଅକ୍ଷୟ କୁମାର ଶତପଥୀ ଜିଲ୍ଲାରେ ଡାଇରିଆର ସ୍ଥିତି, ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ, ସଚେତନତା ସୃଷ୍ଟି ଓ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରାରମ୍ଭରେ ଡିପିଏମ ଶ୍ୟାମ ସୁନ୍ଦର ତ୍ରିପାଠୀ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏଡିଏମଓ ଡା ବିନୋଦ କୁମାର ରଥ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜଗତସିଂହପୁର ଲୋକସଭା ସାଂସଦଙ୍କ ପ୍ରତିନିଧି ରାକେଶ କୁମାର ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ଅଞ୍ଜଳି ତରାଇ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଚେତନତା ଅଭିଯାନ ଆଜି ଠାରୁ  ଜୁଲାଇ ୩୧ ପର୍ଯ୍ୟନ୍ତ ଜାରି ରହିବ। ଏହା ପୂର୍ବରୁ ଚଳିତ ମାସ ୨ ତାରିଖ ଠାରୁ ଡାଇରିଆ ମୁକାବିଲା ପାଇଁ ପ୍ରସ୍ତୁତି ଜାରି ରହିଥିଲା । ପରେ ସାଂସଦ ଡା ପାତ୍ର ଚିକିତ୍ସାଳୟ ପରିଦର୍ଶନ କରିବା ସହ ପରିସ୍କାର ପରିଛନ୍ନତା ଓ ସ୍ବଛତା ପ୍ରତି ସର୍ବାଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.