ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ବନ୍ଦେ ଭାରତ ସ୍ଲିପର ଟ୍ରେନ୍, ଖୁବଶୀଘ୍ର ଚାଲିବ ଟ୍ରାକରେ

ନୂଆଦିଲ୍ଲୀ,୧୬/୬:  ଖୁବଶୀଘ୍ର  ଆସୁଛି ବନ୍ଦେ ଭାରତ ସ୍ଲିପର ଟ୍ରେନ୍। ଦୁଇ ମାସ ଭିତରେ ଟ୍ରାକରେ ଦୌଡ଼ିବ ଭାରତର ବହୁ ପ୍ରତୀକ୍ଷିତ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଟ୍ରେନ୍ ନିର୍ମାଣ କାମ ଜୋରସୋରରେ ଚାଲିଥିବା ବେଳେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ସମସ୍ତ ବୈଷୟିକ କାମ। ବେଙ୍ଗାଲୁରୁରେ ଥିବା ବିଇଏମଏଲ ଲିମିଟେଡର ରେଳ ୟୁନିଟରେ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ ନିର୍ମାଣ ଚାଲିଛି। ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ସ୍ଲିପର ଟ୍ରେନରେ ଯାତ୍ରୀଙ୍କୁ ଆରାମଦାୟକ ଯାତ୍ରା ସହ ରହିବ ବିଶ୍ୱସ୍ତରୀୟ ସୁବିଧା।

ତେବେ ୧୬ଟି କୋଚ୍ ବିଶିଷ୍ଟ ରହିବ ବନ୍ଦେ ଭାରତ ସ୍ଲିପର ଟ୍ରେନ। ଯେଉଁଥିରେ ୪ଟି ବଗିର ଗୋଟିଏ ୟୁନିଟ୍ ରହିବ। ୧୦ଟି କୋଚ୍‌ ଏସି-୩, ୪ଟି ଏସି-୨ ଓ ଗୋଟିଏ ଏସି-୧ ରହିବ। ଏଥିରେ ଅତ୍ୟାଧୁନିକ ନିୟନ୍ତ୍ରଣ ସହିତ ସେନ୍ସର ଭିତ୍ତିକ ଲାଇଟିଂ, କ୍ୟାମେରା, ବାୟୋ ଭ୍ୟାକ୍ୟୁମ୍ ଟଏଲେଟ୍ ଓ ଅନ୍ୟାନ୍ୟ ସୁବିଧା ରହିବ। ଏହାର ବଡି ଷ୍ଟ୍ରକ୍ଚର୍ ହାଇଗ୍ରେଡ୍ ଅଷ୍ଟେନିଟିକ୍ ଷ୍ଟେନଲେସ୍ ଷ୍ଟିଲରେ ନିର୍ମିତ ହୋଇଛି। ଯେଉଁଥିରେ ରହିଛି କ୍ରାସ୍ ବଫର୍ ଉପାଦାନ। ପ୍ରଥମ ପର୍ଯ୍ୟାୟ ବନ୍ଦେ ଭାରତ ସ୍ଲିପର୍‌ ଟ୍ରେନ୍‌ ଘଣ୍ଟା ପ୍ରତି ୧୩୦ କିଲୋମିଟର ବେଗରେ ଦୌଡିବ। ଏହାପରେ ପର୍ଯ୍ୟୟ କ୍ରମେ ଘଣ୍ଟା ପ୍ରତି ୧୬୦ରୁ ୨୨୦ କିଲୋମିଟର ବେଗରେ ଦୌଡିବ।   ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍‌ ଟ୍ରେନ୍‌ ଡିସେମ୍ବର କିମ୍ବା ଜାନୁଆରୀରେ ଦିଲ୍ଲୀ-କୋଲକାତା ଅଥବ ଦିଲ୍ଲୀ-ମୁମ୍ବାଇ ଯେକୌଣସି ରେଳ ଟ୍ରାକ୍‌ରେ ଦୌଡିବା ସମ୍ଭାବନା ଅଛି ବୋଲି ଜଣେ ଅଧିକାରୀ କହିଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.