ପ୍ରମୂଖ ଖବର
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା; କ୍ଷତିପୂରଣ ଦାବିରେ ରାଇଘର ବନ୍ଦ

Published By : Harapriya Sethi | August 11, 2025 11:20 AM

ନବରଙ୍ଗପୁର,୧୧/୦୮: ନର୍ସିଂ ଛାତ୍ରୀଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରି ବଙ୍ଗୀୟ ସମାଜ ମୃତଦେହକୁ ଆମ୍ବୁଲାନ୍ସରୁ ଓହ୍ଲାଇ ଦେଉନଥିବା ଅଭିଯୋଗ ହୋଇଛି । ସେପଟେ ବିଜେଡି ନେତା ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଶତାଧିକ ସମର୍ଥକ ଏବଂ କର୍ମୀ ରାଇଘର ଡୁମରୀମୁଣ୍ଡା ଠାରେ ଧାରଣା ଦେଇଛନ୍ତି । ପ୍ରଦୀପ ପୀଡିତାଙ୍କ ପରିବାରକୁ ଭେଟି କ୍ଷତିପୂରଣ ବାବଦକୁ ୧ କୋଟି ଦାବି କରିଛନ୍ତି। କାରଣ ପ୍ରଶାସନର ନିଷ୍କ୍ରିୟତା ଯୋଗୁଁ ରାଜ୍ୟରେ ମହିଳା ଓ ଛାତ୍ରୀ ଅସୁରକ୍ଷିତ । ମହିଳାଙ୍କ ସୁରକ୍ଷା ଦିଗରେ ରାଜ୍ୟ ସରକାର ସମ୍ବେଦନଶୀଳ ନୁହେଁ ବୋଲି ଅଭିଯୋଗ କରିଛନ୍ତି। ତେଣୁ କ୍ଷତିପୂରଣ ନ ମିଳିବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ପ୍ରଦୀପ କହିଛନ୍ତି। 

ଅନ୍ୟପକ୍ଷରେ ପୀଡିତାଙ୍କ ନ୍ୟାୟ ଦାବିରେ ଆଜି ରାଇଘରରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି । ସେଭଳି ପୁଲିସ ପ୍ରଶାସନ ପକ୍ଷରୁ ରାଇଘର ଠାରେ ୭ ପ୍ଳାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ସୂଚନାଯୋଗ୍ୟ ଯେ, ରାଇଘର ନର୍ସିଂ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ପରେ ଛାତ୍ରୀ ଜଣଙ୍କ ଲୋକ ଲଜ୍ଜା ସହିନପାରି ପାଇଁ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଦୀର୍ଘଦିନ ଦିନ ଧରି ହସ୍ପିଟାଲରେ ରହିବା ପରେ ଶନିବାର ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.