ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ନବମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁର୍ବ୍ୟବହାର ଅଭିଯୋଗ, ନ୍ୟାୟ ପାଇଁ ଜିଲ୍ଲାପାଳଙ୍କୁ ଜଣାଇଲେ ପରିବାର ଲୋକ

Published By : Suraj Kumar | August 7, 2025 4:47 PM

ଢେଙ୍କାନାଳ, ୭/୮: ଢେଙ୍କାନାଳ ଭୁବନ ବ୍ଲକରେ  ଛାତ୍ରୀଙ୍କୁ ଦୁର୍ବ୍ୟବହାର । ଭୁବନ ବ୍ଲକର ଏକ ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି। ସ୍କୁଲ କମିଟି, ଟ୍ରୋଲଫ୍ରି ନମ୍ବରରେ ଅଭିଯୋଗ ପରେ କେହି ନଶୁଣିବାରୁ ଗୁରୁବାର ଛାତ୍ରୀ ଓ ତାଙ୍କ ପରିବାର ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ଶିକ୍ଷକଙ୍କ ଏପରି ବ୍ୟବହାର ଯୋଗୁଁ ଛାତ୍ରୀ ସ୍କୁଲ ଯିବାକୁ ଭୟ କରୁଛନ୍ତି । ନ୍ୟାୟ ଦାବି କରି ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପରିବାର ଦାବି କରିଛନ୍ତି ।                                         ଗତ ଦୁଇ ମାସ ହେଲା ସ୍କୁଲରେ ଓଡିଆ ଓ ଇଂରାଜୀ ପଢାଉଥିବା ଶିକ୍ଷକ ଏପରି ହଇରାଣ କରୁଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି । ଶ୍ରେଣୀରେ ଉକ୍ତ ଛାତ୍ରୀଙ୍କୁ ବିଭିନ୍ନ ପ୍ରକାର ଅଶାଳୀନ ବ୍ୟବହାର କରିଥାନ୍ତି । ଛାତ୍ରୀ ଲୋକ ଲଜ୍ଜା ଭୟରେ କିଛି କହି ପାରନ୍ତି ନାହିଁ କିମ୍ବା ଭୟରେ ଘରେ କହୁନଥିଲେ। ଅଧିକ ହେବାରୁ ସହପାଠୀମାନେ ଘରେ ଜଣାଇବାକୁ କହିଥିଲେ। ୫ ଦିନ ତଳେ ଛାତ୍ରୀ ଘରେ ଜଣାଇବା ପରେ ସ୍କୁଲ କମିଟି ବସିଥିଲା । ବୈଠକ ଅଧାରୁ ଯାହା କରିବା କଥା କରନ୍ତୁ ବୋଲି କହି ଶିକ୍ଷକ ଜଣକ ଉଠି ଆସିଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବା ପରେ ସ୍କୁଲରେ ଲାଗିଥିବା ଟ୍ରୋଲଫ୍ରି ନମ୍ବରରେ ମଧ୍ୟ ଯୋଗାଯୋଗ କରିଥିଲେ ବି କୌଣସି ପଦକ୍ଷେପ ନିଆଯାଉନାହିଁ । ୫ ଦିନ ହେଲା ଛାତ୍ରୀ ମାନସିକ ସନ୍ତୁଳନ ହରାଇ ସ୍କୁଲକୁ ଯାଉନାହାନ୍ତି। ସମ୍ପୃକ୍ତ ଶିକ୍ଷକ ବି ସ୍କୁଲକୁ ଆସୁନାହାନ୍ତି। ଜିଲ୍ଲାପାଳଙ୍କୁ ଅଭିଯୋଗ କରିବାକୁ ଆସିଥିବା ଛାତ୍ରୀଙ୍କ ବାପା ଏହା କହିଛନ୍ତି । ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଝିଅକୁ ନ୍ୟାୟ ଦେବାକୁ ଦାବି କରିଛନ୍ତି । ଏସମ୍ପର୍କରେ ସମ୍ପୃକ୍ତ ଶିକ୍ଷକଙ୍କର ମତାମତ ମିଳିପାରିନାହିଁ । ଜିଲ୍ଲା ଶିକ୍ଷା ଅଧିକାରୀ ବିନିତା ସେନାପତି କହିଛନ୍ତି, ଘଟଣା ସମ୍ପର୍କରେ ଅଭିଯୋଗ ପାଇବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.