ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବ୍ରିଜ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁଲେ ସ୍କୁଲ ଛାତ୍ରୀ, ସର୍ଚ୍ଚ ଅପେରେସନ ଆରମ୍ଭ କଲା ଅଗ୍ନିଶମ ଟିମ୍‌

ସମ୍ବଲପୁର,୨୪/୦୮: ସମ୍ବଲପୁରରେ ଅଘଟଣ । ବ୍ରିଜ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁଲେ ସ୍କୁଲ ଛାତ୍ରୀ । ଚାଉଁରପୁର ସ୍ଥିତ ମହାନଦୀର ଦ୍ୱିତୀୟ ସେତୁ ଉପରୁ ମହାନଦୀକୁ ଡେଇଁଲେ । ନିଖୋଜ ଛାତ୍ରୀଙ୍କ ପରିଚୟ ଅସ୍ପଷ୍ଟ । ଶନିବାର ସକାଳୁ ସମ୍ବଲପୁରରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନା ମୁତାବକ, ଶନିବାର ସକାଳୁ ଜଣେ ସ୍କୁଲ ଛାତ୍ରୀ ସାଇକେଲ ଯୋଗେ ଚାଉଁରପୁର ସ୍ଥିତ ମହାନଦୀର ଦ୍ବିତୀୟ ସେତୁ ଦେଇ ଯାଉଥିଲେ । ଏହି ସମୟରେ ହଠାତ ଛାତ୍ରୀ ଜଣକ ବ୍ରିଜ୍‌ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁ ପଡ଼ିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ପୋଲିସ ଏବଂ ଅଗ୍ନିଶମ ଟିମ୍‌ ସର୍ଚ୍ଚ ଅପେରେସନ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ଛାତ୍ରୀଙ୍କର କୌଣସି ପତ୍ତା ମିଳି ପାରିନାହିଁ । ତେବେ ଏଭଳି ଭାବରେ ନଦୀକୁ ଡେଇଁବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଛାତ୍ରୀଙ୍କର ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପରିନାହିଁ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.