ପ୍ରମୂଖ ଖବର
  • ଜଳେଶ୍ବର : ଘର ପାଖରେ ଖେଳୁଥିବା ବେଳେ ପାଣିରେ ବୁଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ତାରିଣୀ ମନ୍ଦିର ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ
  • ||
  • ଗଜପତି : ଠାକୁର ଦର୍ଶନ ବେଳେ ମହୁମାଛି ଆକ୍ରମଣ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ, ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା
  • ||
  • ସୁନ୍ଦରଗଡ଼ : ମା' ହତ୍ୟାର ପ୍ରତିଶୋଧ, ଜେଲ୍‌ ଫେରନ୍ତା ବାପାକୁ ହତ୍ୟା କଲା ପୁଅ
  • ||
  • ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • କୋରାପୁଟ : ବେପାରୀଙ୍କ ଗାଡ଼ିରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ଲୁଗାପଟା ପୋଡ଼ି ପାଉଁଶ
  • ||
  • IPL 2025: ସୁପରକିଙ୍ଗ୍‌ସକୁ ଭେଟିବ ସୁପରଜାଏଣ୍ଟ୍‌ସ, ପରାଜୟରେ ବ୍ରେକ ଲାଗି ସବୁ ଶକ୍ତି ଖଟାଇବ ଧୋନୀ ସେନା
  • ||
  • ପିଏନ୍‌ବି ଘୋଟାଲ; ବେଲଜିୟମରୁ ବନ୍ଧା ହେଲା ପଳାତକ ମେହୁଲ ଚୋକସି
  • ||
  • ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ବାସିନୀ ମା' ତାରିଣୀଙ୍କୁ କରିବେ ଦର୍ଶନ
  • ||
  • ଆସନ୍ତା ୬ ଦିନ ଯାଏ କାଳବୈଶାଖୀ ଆଶଙ୍କା, ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା ନେଇ ଆଲର୍ଟ ଜାରି
  • ||

ସ୍କୁଲ ଆଗରେ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ଧାରଣା, ଶିକ୍ଷକଙ୍କ ବଦଳିକୁ ବିରୋଧ

Published By : Prameya | April 11, 2025 1:02 PM

ସୋର,୧୧/୪ : ଶିକ୍ଷକଙ୍କ ବଦଳିକୁ ବିରୋଧ କରି ସ୍କୁଲ ଆଗରେ ଧାରଣା ଦେଲେ ଛାତ୍ରଛାତ୍ରୀ ଏବଂ ଅଭିଭାବକ। ସୋର ବ୍ଲକ ନଟାପଡା ପଞ୍ଚାୟତ ପୁରୁଷୋତ୍ତମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଧାରଣାରେ ବସିଛନ୍ତି। ଏହା ସହ ସୋର ମାଣିପୁର ରାସ୍ତାକୁ ଅବରୋଧ କରିଛନ୍ତି। 

ସୂଚନାନୁଯାୟୀ, ପୁରୁଷୋତ୍ତମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମନୋରଞ୍ଜନ ଦାସଙ୍କ ବଦଳି ନିକଟସ୍ଥ ଗଙ୍ଗେଇ ସ୍କୁଲକୁ ହୋଇଛି। ସେ ଜଣେ ଛାତ୍ର ବତ୍ସଳ ଏବଂ ତାଙ୍କ ଶିକ୍ଷାଦାନ ଉଚ୍ଚକୋଟୀର ହୋଇଥିବାରୁ ତାଙ୍କ ବଦଳିକୁ ବିରୋଧ କରି ବିଦ୍ୟାଳୟ ପରିଚାଳନା କମିଟି, ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ରାସ୍ତା ଅବରୋଧ କରିଛନ୍ତି। ସ୍କୁଲ ଗେଟରେ ତାଲା ପକାଇ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଫଳରେ ସୋର ମାଣିପୁର ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ କୁଡେ଼ଇ କ୍ଲଷ୍ଟରର ସିଆରସିସି ମୋବିଜୁଲ୍ଲାଦା ଖାନ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି।

ଏହି ଖବରଟିକୁ ପଢନ୍ତୁ-ଯାତ୍ରୀବାହୀ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା, ୩୦ରୁ ଉର୍ଦ୍ଧ୍ଵ ଆହତ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.