ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ରିଆଡମିଶନ ଫି' ହ୍ରାସ ଦାବିରେ ପ୍ରତିବାଦ; ୩ ଦିନ ସମୟ ମାଗିଲେ କଲେଜ କର୍ତ୍ତୃପକ୍ଷ

Published By : Harapriya Sethi | August 11, 2025 2:30 PM

ସିମୁଳିଆ,୧୧/୦୮: ସିମୁଳିଆ ମହାବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପ୍ରତିବାଦ । ରିଆଡମିଶନ ଫି' ବୃଦ୍ଧିକୁ ବିରୋଧ କରି ମୁଖ୍ୟ ଫାଟକରେ ତାଲା ପକାଇଲେ ପିଲା । ଏହା ସହିତ ଅଧ୍ୟକ୍ଷଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି । କଲେଜ ଅଧ୍ୟକ୍ଷ ଛାତ୍ରଛାତ୍ରୀମାନଙ୍କ ସହିତ ଆଲୋଚନା କରି ୩ଦିନ ଭିତରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଯାହା ପରେ ଛାତ୍ରଛାତ୍ରୀମାନେ ପ୍ରତିବାଦରୁ ଓହରି ଯାଇଥିବାର ସୂଚନା ମିଳିଛି ।

ସୂଚନା ମୁତାବକ, ସିମୁଳିଆ ମହାବିଦ୍ୟାଳୟରେ ଉଭୟ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ବିଭାଗର କଳା, ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀମାନେ ଅଧ୍ୟୟନ କରୁଛନ୍ତି । ଯୁକ୍ତ ୩ର ତୃତୀୟ ଅର୍ଥାତ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ରିଆଡମିଶନ ପି'ବାବଦକୁ ୩୩୯୦ଟଙ୍କା ଦେବାକୁ କଲେଜ ପକ୍ଷରୁ ସ୍ଥିର ହୋଇଛି । ଏହି ମହାବିଦ୍ୟାଳୟ ସମ୍ପୂର୍ଣ୍ଣ ଗ୍ରାମାଞ୍ଚଳ ଭିତ୍ତିକ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କ ପରିବାର ଆର୍ଥିକ ସ୍ୱଚ୍ଛଳ ନୁହନ୍ତି । ରିଆଡମିଶନ ଫି' ଅନ୍ୟ ମହାବିଦ୍ୟାଳୟ ଅପେକ୍ଷା ସିମୁଳିଆ କଲେଜରେ ଅଧିକ ରହିଛି । ଯାହାକୁ ନେଇ ଛାତ୍ରଛାତ୍ରୀମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଗରିବ ଶ୍ରେଣୀର ପିଲାମାନେ ବର୍ଦ୍ଧିତ ଫି' ଦେବା ପାଇଁ ଅକ୍ଷମ ବୋଲି କହିଛନ୍ତି  ।

ସେହିପରି ପୂର୍ବ ବର୍ଷ ଠାରୁ ପ୍ରାୟ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଯାହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଛାତ୍ରଛାତ୍ରୀ ମାନେ ଅଧ୍ୟକ୍ଷଙ୍କୁ ଏକ ଲିଖିତ ଦାବି ପତ୍ର ଦେବା ସହିତ ବର୍ଦ୍ଧିତ ଫିସ୍‌କୁ ହ୍ରାସ କରିବା ଦାବି କରିଥିଲେ  । ସୋମବାର ୧୦ଟା ୩୦ରୁ ମଧ୍ୟାହ୍ଣ ପର୍ଯ୍ୟନ୍ତ ମୁଖ୍ୟ ଫାଟକ ବନ୍ଦ କରି ପ୍ରତିବାଦ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଅର୍ଜୁନ ଚରଣ ପ୍ରଧାନ ପିଲାମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରି ସମାଧାନ ପାଇଁ ୩ ଦିନ ସମୟ ନେବା ପରେ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.