ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ସ୍କୁଲ ହଷ୍ଟେଲ୍ ପିଲାଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ; ଏଣିକି ଛାତ୍ରଛାତ୍ରୀଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ

Published By : Manoj | August 5, 2025 12:24 PM

ଭୁବନେଶ୍ୱର,୦୫/୦୮: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି  କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ ।  ସୋମବାର ଏପରି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟ ଓ ଗଣଶିକ୍ଷା  ବିଭାଗର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ସ୍କୁଲ ପିଲାଙ୍କର ସ୍ୱାସ୍ଥ୍ୟକୁ କିପରି ଅଧିକ ଗୁରୁତ୍ୱ ଦିଆଯିବ ସେନେଇ ଆଲୋଚନା କରାଯାଇଥିଲା । 

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଛାତ୍ରାବାସ, ଛାତ୍ରୀ ନିବାସରେ ରହୁଥିବା ବିଦ୍ୟାର୍ଥୀଙ୍କ ସ୍ୱାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ଏଥିଲାଗି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାସ୍ଥ୍ୟ କାର୍ଡ ଦିଆଯିବ । ଏହି କାର୍ଡରେ ପିଲାଟିର ବିସ୍ତୃତ ସ୍ୱାସ୍ଥ୍ୟ ଇତିହାସ ରହିବ । ଏହା ସମୟାନୁସାରେ ରୋଗ ନିର୍ଣ୍ଣୟ ଓ ଚିକିତ୍ସା  କରିବାରେ ସାହାଯ୍ୟ କରିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମନ୍ତ୍ରୀ ଶ୍ରୀ ଗଣ୍ଡ । ସେ ଆହୁରି ମଧ୍ୟ କହିଛନ୍ତି, ଯେଉଁଠି  ହଷ୍ଟେଲ ନାହିଁ କିମ୍ବା ଯେଉଁଠି ଅଧା ନିର୍ମାଣ ହୋଇ ପଡ଼ିଛି, ଶୀଘ୍ର  ସାରିବାକୁ କାମ କରୁଥିବା ଏଜେନ୍ସିକୁ ନିର୍ଦ୍ଦେଶ ଦିଆଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.