କଟକ,୨୬/୦୧: ଆଜି ଦେଶ ପାଳୁଛି ୭୬ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୁଭଦ୍ରା ଯୋଜନା ଦ୍ୱିତୀୟ କିସ୍ତି ବିଷୟରେ କହିଛନ୍ତି । ଆସନ୍ତା ମାର୍ଚ୍ଚ ୮ ତାରିଖ ଅର୍ଥାତ ମହିଳା ଦିବସରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମିଳିବ ବୋଲି ସେ ଘୋଷଣା କରଛନ୍ତି ।
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କଟକରେ ପତାକା ଉତ୍ତୋଳନ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ରାଜ୍ୟବାସୀଙ୍କୁ ସମ୍ୱୋଧନ କରି ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ବିଷୟରେ ସୂଚନା ଦେଇଥିଲେ । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହୋଇଛି ବେଲି ସେ କହିଛନ୍ତି । ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଲାଣି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।