ପ୍ରମୂଖ ଖବର
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବୁଧବାର ଦିନ ୧୨ଟା ପୂର୍ବରୁ ମିଳିବ ସୁଭଦ୍ରା ଟଙ୍କା

Published By : Rasmita Pradhan | October 8, 2024 1:32 PM

ଭୁବନେଶ୍ୱର, ୦୮/୧୦ : ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ବୁଧବାର ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ। ଏନପିସିଆଇ କ୍ଲିଅରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନା ପାଇଁ ଏପର୍ଯ୍ୟନ୍ତ ଏକ କୋଟି ମହିଳା ଆବେଦନ କରିସାରିଲେଣି। 

ସୂଚନାନୁଯାୟୀ, ସୋମବାର ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ପାଇଁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ପଠାଯାଇଥିଲା। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଖାତାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିବେ। ଏଥିପାଇଁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସୋମବାର ଯେଉଁମାନଙ୍କ ଖାତାକୁ ୧ ଟଙ୍କା ଆସିଛି ସେମାନଙ୍କ ଖାତାକୁ ବାକି ୪୯୯୯ ଟଙ୍କା ଆସିବ। ତେବେ ଏଥର ଯେଉଁ ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଟଙ୍କା ପ୍ରଦାନ କରାଯିବ।  

ପ୍ରକାଶ ଥାଉକି, ମହିଳାଙ୍କୁ ସଶକ୍ତିକରଣ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ଵର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଏହି ଯୋଜନାରେ ୧ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.