ପ୍ରମୂଖ ଖବର
  • ୩୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଆଠଗଡ଼ : ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା: ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ଦେବଗଡ଼: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ, ଅଭିଯୁକ୍ତ ଫେରାର୍
  • ||
  • କେନ୍ଦୁଝର : ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ଆସିବ ଚଳିତ ବର୍ଷର ବିଏମ୍‌ସି ବଜେଟ୍, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ନେଇ ହେବ ଆଲୋଚନା
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନ-ଅଷ୍ଟ୍ରେଲିଆ ଲଢ଼େଇ, ଜିତିଲେ ସେମି ଫାଇନାଲ
  • ||
  • କଟକ : ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ପାଇଁ ନିର୍ଦ୍ଦେଶ
  • ||
  • ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ରାଜ୍ୟରେ ପାଗ ଏବେ ଶୁଖିଲା: ୩୪ ଡିଗ୍ରୀ ଉପରେ ୬ ସହର ତାପମାତ୍ରା, ୨ ଦିନ ପରେ ୩ ଡିଗ୍ରୀ ବଢ଼ିବ ପାରଦ
  • ||

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ଵିତୀୟ କିସ୍ତି, କୋଟିଏ ମହିଳା ହେବେ ଆର୍ଥିକ ସ୍ଵାବଲମ୍ବୀ

Published By : Prameya | February 28, 2025 11:05 AM

ଭୁବନେଶ୍ଵର, ୨୮/୦୨ : ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ଵିତୀୟ କିସ୍ତି। କୋଟିଏ ମହିଳା ହେବେ ଆର୍ଥିକ ସ୍ଵାବଲମ୍ବୀ। ବ୍ରହ୍ମପୁରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଦିଆଯିବ ଟଙ୍କା। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। 

ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଯିବେ। ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ଶେଷ କିସ୍ତି ଓ ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ବଣ୍ଟନ କରିବେ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ହିତାଧିକାରୀ ସୁଭଦ୍ରାରେ ସାମିଲ ହୋଇଥିବା ବେଳେ ମାର୍ଚ୍ଚ ୮ରେ ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଟପିବ। ଯେଉଁମାନେ ମାର୍ଚ୍ଚ ୮ରେ ଯୋଡି ହେବେ ସେମାନଙ୍କ ଉଭୟ ପ୍ରଥମ କିସ୍ତି ଓ ଦ୍ୱିତୀୟ କିସ୍ତି ମଧ୍ୟ ଟଙ୍କା ମିଳିବ।


ଏହି ଖବରଟିକୁ ପଢନ୍ତୁ-ଭୁବନେଶ୍ଵରରେ ସାଢେ ୧୧ଟାରେ ପହଞ୍ଚିବ ଉତ୍ତମଙ୍କ ପାର୍ଥିବ ଶରୀର, ସତ୍ୟନଗରରେ ହେବ ଶେଷକୃତ୍ୟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.