ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ, ଭିସି ମାଧ୍ୟମରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଶୁଣିଲେ ମହିଳା

ମାଲକାନଗିରି,୧୭/୯ : ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ତଥା ବ୍ଲକସ୍ତରୀୟ ମେଗା ସୁଭଦ୍ରା ଯୋଜନାରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ସମାରୀ ତାଙ୍ଗୁଲ, ପଞ୍ଚାୟତ ସମିତି ଅଧ୍ୟକ୍ଷା, ଗୌରୀ ପଡ଼ିଆମି, ପୌର ପରିଷଦ ଅଧ୍ୟକ୍ଷ, ମନୋଜ ବାରିକ, ପୌର ପରିଷଦ ଉପାଧ୍ୟକ୍ଷା, ମମତା ମହନ୍ତ, ଜିଲ୍ଲାପାଳ, ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପ୍ରଭାତୀ ଝୋଡିଆ ମଞ୍ଚାସୀନ ଥିଲେ। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମୈଦାନଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ସେପ୍ଟେମ୍ବର ୧୫ ସୁଦ୍ଧା ପଞ୍ଜୀକରଣ କରିଥିବା ଯୋଗ୍ୟ ହିତାଧୀକାରୀ ଆଜି ଏହି ଯୋଜନାରେ ପ୍ରଥମ କିସ୍ତିରେ ୫୦୦୦ ଟଙ୍କା ନିଜ ବ୍ୟାଙ୍କ ଆକାଉଣ୍ଟରେ ପାଇଛନ୍ତି । ରାଜ୍ୟ ସରକାରଙ୍କ  ଏହି  ଯୁଗାନ୍ତକାରୀ ପଦକ୍ଷେପ ମହିଳା ମାନଙ୍କୁ ସଶକ୍ତ କରିବା ସହ ଆତ୍ମ୍ ନିର୍ଭରଶୀଳ କରିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି। ଏହି ଅବସରରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ଓ ସାମୁହିକ ଭାବେ ନିଜର ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ସ୍ବଚ୍ଛତା ଶପଥ ପାଠ କରାଯାଇଛି । ଅନୁରୂପ ଭାବେ ଆଜି ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । 

ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧୀକାରୀଙ୍କ ଗୃହ ପ୍ରବେଶ ନିମନ୍ତେ ଚାବି ପ୍ରଦାନ କରାଯାଇଛି। ସେହିପରି ଦୁଇ ଜଣ ସଫଳ ଏସଏଚଜି ମା‘ ସେମାନଙ୍କର ସଫଳତାର କାହାଣୀ ଉପସ୍ଥାପନ କରିଥିଲେ। ବିଭିନ୍ନ ସାଂସ୍କୃତିକ ଦଳ ଏହି ଅବସରରେ ପାରମ୍ପରିକ ନୃତ୍ୟ ପରିବେଷଣ କରିଥିଲେ। ପ୍ରତି ବ୍ଲକରେ ପ୍ରାୟ ୩୦୦୦ ମା‘ମାନେ ସାମିଲ ହୋଇଥିଲେ। ଶେଷରେ ବିଡିଓ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ କନଫରେନ୍ସ ବେଳକୁ ପ୍ରବଳ ବେଗରେ ବର୍ଷା ହୋଇଥିଲା। ଟେଣ୍ଟ ଭିତରେ ପାଣି ଭର୍ତ୍ତି ହୋଇଯାଇଥିଲେ ମଧ୍ୟ କେତକ ମହିଳା ବସିବା ଚେୟାରକୁ ମୁଣ୍ଡ ଉପରେ ଘୋଡାଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ସୁଭଦ୍ରା ଯୋଜନାର କାର୍ଯ୍ୟକ୍ରମ ସଭା ମଞ୍ଚରେ ଏଲଇଡି ମାଧ୍ୟମ ରେ ଆଗ୍ରହ ସହ ଦେଖିଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.