ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ସେପ୍ଟେମ୍ବର ୧୭ରେ ଓଡ଼ିଶାରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା

ଭୁବନେଶ୍ବର,୩୦/୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ରାଜ୍ୟକୁ ମିଳିବ 'ସୁଭଦ୍ରା'ଭେଟି । ଓଡ଼ିଶା ସରକାରଙ୍କ ଦ୍ୱାରା ଘୋଷିତ 'ସୁଭଦ୍ରା' ଯୋଜନା ସେପ୍ଟେମ୍ବର ୧୭ ତାରିଖରେ ଆରମ୍ଭ ହେବ । ଜନ୍ମଦିନରେ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ । ଦିଲ୍ଲୀରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କ୍ୟାସ ଭାଉଚର ଯୋଗାଇ ଦିଆଯିବ । ୨ ବର୍ଷ ମଧ୍ୟରେ ସେମାନେ ଏହାକୁ ଖର୍ଚ୍ଚ କରିପାରିବେ । ତେବେ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ମୋହନ ସରକାର । ମହିଳାଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତିକରଣ ଏବଂ ଆର୍ଥିକ ସହାୟତା ଯୋଗାଇବା ପାଇଁ ଘୋଷଣା ହୋଇଥିବା ଏହି ଯୋଜନା ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ।

ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କାର କ୍ୟାସ ଭାଉଚର ଯୋଗାଇ ଦିଆଯିବ । ୨ ବର୍ଷ ମଧ୍ୟରେ ସେମାନେ ଏହାକୁ ଖର୍ଚ୍ଚ କରିପାରିବେ । ମୋହନ ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ଏହି ଯୋଜନାରେ ମୋହର ବାଜିଛି । ସରକାର ଗଠନର ୧୦୦ ଦିନ ମଧ୍ୟରେ ଯୋଜନା ନିଶ୍ଚିତ ଭାବେ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ସୁଭଦ୍ରା ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମହିଳା ଓ ଶିଶୁ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଯୋଜନା ପାଇଁ ଆବଶ୍ୟକ ବଜେଟ ପାଇଁ ଜିଏସଟି କାଉନସିଲ ବୈଠକରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛି ଓଡ଼ିଶା । 'ସୁଭଦ୍ରା' ଯୋଜନାର ଲାଭ ଓଡ଼ିଶାର ମୂଳବାସିନ୍ଦା ମହିଳା ପାଇବେ । କେବଳ ବିବାହିତା ମହିଳାମାନେ ହିଁ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିବେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.