ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ

ଛତ୍ରପୁର,୧୧/୦୯: ଜେଲ୍‌ରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ । ଛତ୍ରପୁର ଉପକାରାଗାରରେ ଏଭଳି ଘଟଣା ଘଟିଛି। କଏଦୀ ଜଣକ ହେଲେ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ । ତାଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି। 

ସୂଚନା ଅନୁଯାୟୀ, ଆଶୁତୋଷ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତିନି ମାସ ତଳେ କୋଦଳା ଜେଲରୁ ଛତ୍ରପୁର ଉପକାରାଗାରକୁ ଆସିଥିଲା । ତେବେ ବୁଧବାର ସକାଳୁ ସେ କୌଣସି ଧାରୁଆ କାଚ ଦ୍ୱାରା ନିଜ ବେକକୁ କାଟିଥିଲା । ଏହା ଦେଖି ଜେଲ୍‌ର କର୍ମୀ ତୁରନ୍ତ ତାଙ୍କୁ ଛତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ପରେ ଏହି ଘଟଣା ସମ୍ୱନ୍ଧରେ ଜେଲ୍‌ର କର୍ମୀ ସୁପରିଟେଣ୍ଡେଣ୍ଟଙ୍କୁ ଖବର ଦେଇଥିଲେ । ଖବର ପାଇ ଛତ୍ରପୁର ଉପକାରାଗାର ସୁପରିଟେଣ୍ଡେଣ୍ଟ ମେଡିକାଲରେ ଉପସ୍ଥିତ ରହି ଆଶୁତୋଷଙ୍କ ପରିବାରକୁ ଏହି ଘଟଣା ସମ୍ୱନ୍ଧରେ ଅବଗତ କରାଇଥିଲେ । ତେବେ ଜେଲ୍‌ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜଣେ କଏଦୀ ଆତ୍ମହତ୍ୟା ଭଳି ଉଦ୍ୟମ କରିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.