ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିଧାନସଭାରେ ନାମାଙ୍କନ ଭରିଲେ ସୁଜିତ କୁମାର, ମମତାଙ୍କ ଫର୍ମୁଲାରେ ଯିବେ ରାଜ୍ୟସଭା

Published By : Rasmita Pradhan | December 9, 2024 2:07 PM

ଭୁବନେଶ୍ଵର, ୦୯/୧୨ : ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର। ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ସୁଜିତ କୁମାର ବିଧାନସଭାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଭରିବା ବେଳେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ ସାମଲ ଏବଂ ୩୦ ବିଧାୟକ ଉପସ୍ଥିତ ରହିଥିଲେ। ସୁଜିତଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ଚୟନ କମିଟି ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ସୂଚନା ଜାରି କରାଯାଇଥିଲା।

ସୂଚନାନୁଯାୟୀ, ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ମିଶିଥିଲେ। ଏହାପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପି ଆସିବା ପରେ ଦଳ ତାଙ୍କୁ ପୁଣି ଥରେ ରାଜ୍ୟସଭା ପଠାଇଥିଲା। ସମାନ ଫମୁର୍ଲାରେ ସୁଜିତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭା ପଠାଇଛି। ଏପ୍ରିଲ ୨୦୨୬ ଯାଏଁ ସୁଜିତ କୁମାରଙ୍କ କାର୍ଯ୍ୟକାଳ ରହିଛି।

୨୦ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ। ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି।୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.