ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ସୁଜିତ କୁମାର ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ !

Published By : Prameya | December 10, 2024 6:04 PM

ଭୁବନେଶ୍ବର, ୧୦।୧୨ : ରାଜ୍ୟସଭାକୁ  ପୁଣି ସୁଜିତ କୁମାର ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି।  ରାଜ୍ୟସଭା ନିର୍ବାଚନ ପାଇଁ  ଆଜି ପ୍ରାର୍ଥୀ ପତ୍ର ଦାଖଲର ଶେଷ ତାରିଖ ଥିଲା।  ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମଙ୍କନ ଦାଖଲ କରିଥିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। 

ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ମିଶିଥିଲେ।   ପୁଣି ଥିରେ ବିଜେପିରୁ ସୁଜିତ ରାଜ୍ୟସଭା ପ୍ରାର୍ଥୀ ହୋଇ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନ ଭରିବା ବେଳେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ ସାମଲ ଏବଂ ୩୦ ବିଧାୟକ ଉପସ୍ଥିତ ରହିଥିଲେ।  ତେବେ ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ୨୦୨୬ ଏପ୍ରିଲ ଯାଏଁ ସୁଜିତ କୁମାରଙ୍କ କାର୍ଯ୍ୟକାଳ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.