ପ୍ରମୂଖ ଖବର
  • ଭୁବନେଶ୍ୱର : ସହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ||
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଛତିଶଗଡ଼ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୧୬ରୁ ଅଧିକ ମାଓବାଦୀ ନିପାତ

Published By : prameya | March 29, 2025 10:27 AM

ଭୁବନେଶ୍ବର,୨୯/୦୩: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଏକାଥରକେ ୧୬ରୁ ଅଧିକ ମାଓବାଦୀ ନିପାତ । ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ରହିଛି ଆଶଙ୍କା । ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ  ଜାରି ରହିଛି ସର୍ଚ୍ଚ ଅପରେସନ।

ସୂଚନା ଅନୁଯାୟୀ, ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ  ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ଆଜି ସକାଳୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା। ଦୀର୍ଘ ୪ ଘଣ୍ଟା ଧରି ଗୁଳି ବିନିମୟ ପରେ ନକ୍ସଲମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଯାହାପରେ ଅଧିକ ସଂଖ୍ୟକ ନକ୍ସଲଙ୍କ ଉପସ୍ଥିତି ସନ୍ଦେହରେ  ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୬ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ଏହା ମଧ୍ୟ ପଢନ୍ତୁ- ଅସ୍ତ୍ରୋପଚାର ବେଳେ ମହିଳାଙ୍କ ପେଟରେ ରହିଯାଇଥିଲା କତୁରୀ; ୧୭ ବର୍ଷ ପରେ ବାହାରକଲେ ଡାକ୍ତର

ପ୍ରକାଶ ଥାଉକି,  ଗତ ୩ ମାସରେ ୧୦୦ରୁ ଅଧିକ ନକ୍ସଲ ନିପାତ ହେଲେଣି । ନିକଟରେ ଛତିଶଗଡରେ ପୁଲିସ୍ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ଯେଉଁଥିରେ ୩ ମାଓବାଦୀ ନିହତ ହୋଇଥିଲେ। ଦନ୍ତେଓ୍ବାଡା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ଏହି ଏନକାଉଣ୍ଟର ହୋଇଥିଲା ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ହାର୍ଡକୋର୍ ମାଓବାଦୀ ନିହତ ହୋଇଥିଲେ । ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.