ପ୍ରମୂଖ ଖବର
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ରବିବାର ରାଶିଫଳ; ଏହି ରାଶିର ବ୍ୟକ୍ତି ହେବେ କ୍ଷମତାଶାଳୀ, ଜାଣନ୍ତୁ କେମିତି କଟିବ ଦିନ

ମେଷ : ଘାତବାର, ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ସନ୍ତାନସନ୍ତତି ଏବଂ ପିତାମାତାଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଜରୁରୀ । ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ, ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ଜମିଜମା ବିବାଦ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା: ମା’ କମଳା ।

ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଅଧିକ ଯତ୍ନବାନ ହେବେ ଏବଂ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: କଫି, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ବସନଭୂଷଣ ଓ ଆଭୂଷଣ ପରିଧାନ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର, ରବିବାର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରିଯିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚରୁ ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା : ଏକାଦଶ ଚନ୍ଦ୍ର, ରବିବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା :  ଦଶମ ଚନ୍ଦ୍ର, ରବିବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଘାତଚନ୍ଦ୍ର ଏବଂ ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ ଏବଂ ଗ୍ୟାସ୍‌, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ବେଳେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ   ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ :  ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ଶୋକ ଓ ଅବସାଦରୁ ମୁକ୍ତ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.