ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ରବିବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | October 27, 2024 6:47 AM

ମେଷ : ପଞ୍ଚମ ଚନ୍ଦ୍ର ଦିବା ୧୨ଟା ୨୪ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନହାନି ଘଟିବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ 

ବୃଷ : ଚତୁର୍ଥ ଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା : ପ୍ରଭୁ ଶ୍ରୀରାମ  

ମିଥୁନ : ତୃତୀୟ ଚନ୍ଦ୍ର, ରବିବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା: ୪, ଆରାଧନା : ମା’ ଛିନ୍ନମସ୍ତା 

କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିରତା, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ସଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୭, ଆରାଧନା : ମା’ ସମଲେଶ୍ୱରୀ 

ସିଂହ : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ 

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ଓ ବନ୍ଦ ହୋଇଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ 

ତୁଳା : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି ଏବଂ ଦିବା ୧୨ଟା ୨୪ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ

ବିଛା : ଦଶମ ଚନ୍ଦ୍ର, ରବିବାର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ସମସ୍ତ ଅଟକିଥିବା କାମ, ବନ୍ଦ ହୋଇଥିବା କାମ ଓ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ 

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା 

ମକର : ଘାତବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ 

କୁମ୍ଭ : ସପ୍ତମ ଚନ୍ଦ୍ର ଏବଂ ଦିବା ୧୨ଟା ୨୪ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ବଚନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ କାଳୀ 

ମୀନ : ଷଷ୍ଠ ଚନ୍ଦ୍ର, ରବିବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତି ମିଳିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.