ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳା

ବାରିପଦା,୨୧/୦୯: ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମ ଥର ପାଇଁ  ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଆସନ୍ତା ରବିବାର ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି । ଜିଲ୍ଲା ସଦର  ମହକୁମା ବାରିପଦା ଛଉ ପଡିଆ ଠାରେ ଆଗାମୀ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କର ୧୦୦ ଦିନ ପୂର୍ତ୍ତି ଅବସରରେ ଆୟୋଜିତ ବିକାଶ  ମେଳାକୁ ମୁଖ୍ୟମନ୍ତ୍ରୀ ୨୨ ତାରିଖ ଅପରାହ୍ନରେ  ଉଦଘାଟନ କରିବେ । ଏଥି ସହିତ ଜନସାଧାରଣଙ୍କୁ  ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ସ୍ଥିରୀକୃତ  ହୋଇଛି । ଏ ନେଇ ଜିଲ୍ଲାପାଳ ହେମକାନ୍ତ ସାୟ ତାଙ୍କ  ଏକସ୍‌ ହ୍ୟଣ୍ଡଲରେ ଟୁଇଟ୍‌ କରିଛନ୍ତି । 

ମୁଖ୍ୟମନ୍ତ୍ରୀଙ୍କ  ଗସ୍ତ ଚୁଡ଼ାନ୍ତ ହେବା ପରେ ଜିଲ୍ଲା ପ୍ରଶାସନ ତତ୍ପର  ହୋଇ ଉଠିଛି । ଏହି ବିକାଶ ମେଳାର ଆୟୋଜନ  ଓ ସୁପରିଚାଳନା ନିମନ୍ତେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଏସ. ସୁଶ୍ରୀଙ୍କ  ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ଅଧିକାରୀଙ୍କ  ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିକାଶ ମେଳାକୁ ସଫଳ କରିବା  ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁଚିନ୍ତିତ ଯୋଜନା  ଏବଂ ନିରବଚ୍ଛିନ୍ନ ସମନ୍ୱୟ ଉପରେ ଗୁରୁତ୍ୱାରୋପ  କରାଯାଇଥିଲା । ଭିତ୍ତିଭୂମି, ସୁରକ୍ଷା ବ୍ୟବସ୍ଥା,  ଟ୍ରାଫିକ ପରିଚାଳନା ଏବଂ ଜନସାଧାରଣଙ୍କ ସୁବିଧା  ଉପରେ ଆଲୋଚନା କରାଯାଇଥିଲା । 

ସେହିଭଳି  ଭିଡ଼ ନିୟନ୍ତ୍ରଣ, ସୁରକ୍ଷା ନିୟମାବଳୀ, ଜରୁରୀକାଳୀନ  ଚିକିତ୍ସା ଏବଂ ସେବା ଉପରେ ବିଶେଷ ଆଲୋଚନା  କରାଯାଇଥିଲା । ଛଉ ପଡ଼ିଆରେ ହେବାକୁଥିବା  ବିକାଶ ମେଳା ୨୨ ତାରିଖରୁ ଆରମ୍ଭ ହୋଇ ୨୪  ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ତିନି ଦିନରେ  ସମସ୍ତ ବିଭାଗୀୟ ଉନ୍ନତିମୂଳକ କାର୍ଯ୍ୟର  ପ୍ରଦର୍ଶନୀ ହେବା ସହିତ ବିଭିନ୍ନ ସାଂସ୍କୃତିକ ଏବଂ  ରଙ୍ଗାରଙ୍ଗ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.