ପ୍ରମୂଖ ଖବର
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ବିଜେଡି ଛାଡ଼ିଲେ ସୁନୀତା ବିଶ୍ବାଳ

Published By : Gurupada Nath | July 9, 2025 10:41 PM

ଭୁବନେଶ୍ୱର,୯/୭ : ବିଜେଡିକୁ ବଡ଼ ଝଟକା ଲାଗିଛି । ଦଳ ଛାଡ଼ିଛନ୍ତି ୨୦୧୯ରେ ସୁନ୍ଦରଗଡ଼ ଆସନରୁ ସାଂସଦ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ । ବୁଧବାର ସେ ବିଜେଡିର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । 

ବିଜେଡି ଛାଡ଼ିବା ପରେ ସୁନୀତା ପୁଣି ଥରେ କଂଗ୍ରେସକୁ ଫେରିପାରନ୍ତି । ଗୁରୁବାର ସେ କଂଗ୍ରେସରେ ସାମିଲ ହୋଇପାରନ୍ତି । ସୁନୀତାଙ୍କ କଂଗ୍ରେସର ଯୋଗଦାନ ନେଇ ତାଙ୍କ ଭଉଣୀ ଅମିତା ବିଶ୍ୱାଳ ସ୍ପଷ୍ଟ କରିଛନ୍ତି । ସୁନୀତା ଓ ଅମିତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ଵାଳଙ୍କ ଝିଅ । ଅମିତା କହିଛନ୍ତି, “ମୋ ଭଉଣୀ ନିଜ ଘରକୁ ଫେରିଛନ୍ତି । ବିଜେଡିରେ ସେ ଅଣଦେଖା ହେଉଥିଲେ । ଯାହାକୁ ନେଇ ସେ ବିଜେଡି ଛାଡିଛନ୍ତି । ମୁଁ କଂଗ୍ରେସରୁ ପ୍ରାର୍ଥୀ, ମୋ ଭଉଣୀ ବିଜେଡିରେ ଥିଲେ । ଯାହାକୁ ନେଇ ଲୋକେ ଅନେକ ପ୍ରଶ୍ନ କରୁଥିଲେ । ଏବେ ତାହାର ଅବସାନ ହୋଇଛି।” 

ଉଲ୍ଲେଖଯୋଗ୍ୟ ଯେ, ସୁନୀତା ବିଶ୍ୱାଳ ୨୦୧୯ ସାଧାରଣ ନିର୍ବାଚନର ମାତ୍ର କିଛି ଦିନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜେ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଏହାପରେ ୨୦୧୯ ନିର୍ବାଚନରେ ସୁନ୍ଦରଗଡ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । କିନ୍ତୁ ବିଜେପିର ଜୁଏଲ୍ ଓରାମଙ୍କ ଠାରୁ ପରାସ୍ତ ହୋଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.