ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍, ୪୦ରୁ ୪୫ ଟଙ୍କାରେ ଆଳୁ ବିକିବାକୁ ବେପାରୀଙ୍କୁ ତାଗିଦ୍

Published By : Prameya | December 2, 2024 12:16 PM

କଟକ, ୦୨/୧୨ : ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍। ଚଢ଼ା ଦରରେ ଆଳୁ ବିକ୍ରି ହେଉଥିବା ଅଭିଯୋଗରେ ରେଡ୍ ଚାଲିଛି। ଦର ନିୟନ୍ତ୍ରଣ ପାଇଁ ଯୋଗାଣ ବିଭାଗ ପକ୍ଷରୁ ବେପାରିଙ୍କୁ ତାଗିଦ୍ କରାଯାଉଛି। ନିର୍ଦ୍ଧାରିତ ଦରଠାରୁ ଅଧିକ ଦରରେ ନବିକିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଳୁ କିଲୋ ପିଛା ୪୦ରୁ ୪୫ ଟଙ୍କାରେ ବିକ୍ରି କରିବାକୁ କୁହାଯାଉଛି। ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯୋଗାଣ ଅଧିକାରୀ କହିଛନ୍ତି।  

ସେପଟେ ରାଜଧାନୀର ବିଭିନ୍ନ ମାର୍କେଟରେ ମଧ୍ୟ ଯୋଗାଣ ବିଭାଗ ରେଡ୍ କରିଛି। ୟୁନିଟ-୧, ୟୁନିଟ-୪, ଆଇଗିଣିଆରେ ଯୋଗାଣ ବିଭାଗ ଚଢାଉ କରିଛି। ୪ ନଂ ମାର୍କେଟରେ ୧୦ରୁ ଉର୍ଦ୍ଧ୍ଵ ଦୋକାନୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଏହା ସହ ଦୋକାନରେ ରେଟ୍ ଚାର୍ଟ ମରା ଯାଇନଥିବା ଏବଂ ଦୋକାନୀଙ୍କ ପାଖରେ କିଣାବିକାର ରସିଦ୍ ନଥିବାରୁ ତାଗିଦ୍ କରାଯାଇଛି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.