ପ୍ରମୂଖ ଖବର
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଖୁବ୍‌ ଶୀଘ୍ର କମିବ ଦର

ଭୁବନେଶ୍ବର,୧୨/୧୦: ପିଆଜ ଦର ଏବେ ଆକାଶଛୁଆଁ । ବିଗତ ଦିନରେ ପିଆଜ ଦର ବଢିବା ପରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାହକ । ସାରା ଦେଶରେ ଏଭଳି ସ୍ଥିତି ରହିଛି । ଏହାରି ଭିତରେ ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ଖୁବ୍ କମ୍‌ ଦିନ ଏଭଳି ସ୍ଥିତି ରହିବ ବୋଲି ସେ କହିଛନ୍ତି ।

ପିଆଜ ଦର ବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଗ୍ରାହକ । ପିଆଜ ଦର ଆକାଶଛୁଆଁ ହେବା ପରେ ଏଥିରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସରକାର ବର୍ତ୍ତମାନ ଆଳୁ ପିଆଜ ମିଶନ କରି ଏହି ଦିଗରେ ପଦକ୍ଷେପ ନେଉଛନ୍ତି । ଆଗକୁ ଏଭଳି ସ୍ଥିତି ହେବନି ବୋଲି ସେ କଗିଛନ୍ତି । ଖୁବ୍‌ ଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.