ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା, ୭ ମୃତ

ନୂଆଦିଲ୍ଲୀ,୭/୭: ସୁରଟର ସଚିନ ଅଞ୍ଚଳରେ ଅଘଟଣ। ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା ୫ ମହଲା କୋଠା। ଫଳରେ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ଆହୁରି ଅନେକ ଭଗ୍ନାବଶେଷ ତଳେ ଦବି ରହିଥିବା ଆଶଙ୍କା କରାଯାଉଛି। ଏନେଇ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସୂଚନା ମୁତାବକ,ଗତକାଲି ଏହି ଦୁର୍ଘଟଣା ଘଟିଛି। ସଚିନ ପାଲି ଗାଁରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ୍ ଭୁଶୁଡି ପଡ଼ିଥିଲା। ଫଳରେ ଏହା ତଳେ ଅନେକ ଲୋକ ଦବି ଯାଇଥିଲେ। ଭଗ୍ନାବଶେଷ ତଳୁ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇ ସମସ୍ତ ଆହତଙ୍କୁ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ସୁରଟ ମହାନଗର ପାଳିକର ମେୟର,ଡେପୁଟି ମେୟର, ବିଜେପି ବିଧାୟକ ସନ୍ଦୀପ ଦେଶାୟି ଓ ବିରୋଧୀ ନେତା ସାକରିୟା ସମେତ ଅନ୍ୟ ନେତାମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ପୁଲିସ ସୂଚନା ଅନୁସାରେ ଏହି କୋଠାଟିକୁ ୨୦୧୭ରେ ତିଆରି କରାଯାଇଥିଲା। ୩୨ଟି ଫ୍ଲାଟ୍‌ ଥିବା ଏହି ବିଲ୍ଡିଂରେ ଅଧିକାଂଶ ପରିବାର ଭଡାରେ ରହୁଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଶ୍ରମିକ ଥିଲେ। କିନ୍ତୁ ଆନୁଷ୍ଠାନିକ ଭାବରେ ଏହି ଭଗ୍ନାବଶେଷ ତଳେ କେତେ ପରିବାର ଫସି ରହିଛନ୍ତି ସେ ସମ୍ବନ୍ଧରେ କୌଣସି ଠୋସ୍ ସୂଚନା ମିଳିନାହିଁ। ଏନେଇ ସୁରଟ ମୁଖ୍ୟ ଅଗ୍ନିଶମ ଅଧିକାରୀ ବସନ୍ତ ପାରିକ କହିଛନ୍ତି ଯେ, ରାତିସାରା ସର୍ଚ୍ଚ ଅପରେସନ ଜାରି ରହିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଟିମ୍ ୭ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ଏଥିସହ ନିଖୋଜ ଥିବା ବ୍ୟକ୍ତିଙ୍କ ବିଷୟରେ କୌଣସି ସୂଚନା ଏପର୍ଯ୍ୟନ୍ତ ସାମ୍ନାକୁ ଆସିନାହିଁ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.