ପ୍ରମୂଖ ଖବର
  • ମୋହନା : ମୁଡୁମୁଡ଼ିଆ ଗାଁରେ ଅଘଟଣ, ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
  • ||
  • ସମ୍ୱଲପୁର : ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା
  • ||
  • ବୌଦ୍ଧ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରୁ ଦୁଇଟି ମାଓ ଡମ୍ପ ଠାବ
  • ||
  • ବର୍ଡର-ଗାଭାସ୍କର ଟ୍ରଫି; ପେସ୍ ବୋଲରଙ୍କ ଧମାଲ, ୧୦୪ରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଗିରଫ ସଂଖ୍ୟା ୧୪କୁ ବୃଦ୍ଧି, ୪ ଅଟକ
  • ||
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା

ସମ୍ବଲପୁର, ୨୩/୧୧: ସମ୍ବଲପୁରରେ ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଜିଲ୍ଲାରେ ଚାଷୀଙ୍କ ଠାରୁ ସୁରୁଖୁରୁରେ ଧାନ କିଣା ଚାଲିଛି କି ନାହିଁ ତାହା ତଦାରଖ କରିଛନ୍ତି । ବରେଇପାଲି ମଣ୍ଡି ପରିଦର୍ଶନ କରି ମଣ୍ଡି ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହା ସହିତ ବରେଇପାଲି ମଣ୍ଡିକୁ ଏକ ଆଦର୍ଶ ମଣ୍ଡି ଭାବରେ ଗଢିବାକୁ ରାଜସ୍ବ ମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଶୁକ୍ରବାରଠାରୁ ସମ୍ବଲପୁର ବରେଇପାଲି ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଛି । ଏହାର ଗୋଟିଏ ଦିନ ପରେ ଅର୍ଥାତ୍ ଶନିବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଣ୍ଡି ସମୀକ୍ଷା କରିଛନ୍ତି । ସେ ପ୍ରଥମେ ସମ୍ବଲପୁର ସର୍କିଟ୍ ହାଉସରେ ପହଞ୍ଚିଥିଲେ । ସେଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ସହ ଧାନ କିଣା ନେଇ ବୈଠକ କରିଥିଲେ । ମଣ୍ଡି ଗୁଡିକ ଉନ୍ନତିକରଣ ପାଇଁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଥିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ପରେ ବିଭିନ୍ନ ମଣ୍ଡି ବୁଲି ଧାନ କିଣା କେମିତି ଚାଲିଛି ତାହାର ସମୀକ୍ଷା କରିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.