ପ୍ରମୂଖ ଖବର
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଶାମ୍ବ ଦଶମୀରେ କୋଣାର୍କରୁ ଚନ୍ଦ୍ରଭାଗା ଗଡ଼ିଲା ସୂର୍ଯ୍ୟ ରଥ

Published By : Harapriya Sethi | January 9, 2025 11:21 AM

କୋଣାର୍କ,୦୯/୦୧(ମାନସ ରଞ୍ଜନ ପାତ୍ର): ପବିତ୍ର ଶାମ୍ବ ଦଶମୀରେ କୋଣାର୍କ ଅବଧୂତ ମଠ ହୋଇ ଉଠିଥିଲା ଉତ୍ସବ ମୁଖର। ଅନନ୍ତ ଅବଧୂତ ମଠରୁ ସୂର୍ଯ୍ୟ ନାରାୟଣ ଚନ୍ଦ୍ରଭାଗା ତୀର୍ଥକ୍ଷେତ୍ରକୁ ୨୭ଦିନ ଯାତ୍ରାରେ ବାହାରିଛନ୍ତି । ଏକ ଆଧ୍ୟାତ୍ମିକ ପରିବେଶରେ ଘଣ୍ଟ, ଘଣ୍ଟା,ଶଙ୍ଖ, ହୁଳହୁଳି ଓ ହରିବୋଲ ନାଦରେ ପ୍ରକମ୍ପିତ ହୋଇଉଠିଥିଲା ମଠ ପରିସର । 

ଉଦୟ କାଳୀନ ସୂର୍ଯ୍ୟଙ୍କୁ କାକରା ଭୋଗ, ଖେଚୁଡି, ପୋଡପିଠା ଭୋଗ ଓ ପୂଜାର୍ଚ୍ଚନା କରାଯାଇ ମଠରୁ ସୂର୍ଯ୍ୟଦେବଙ୍କୁ ରଥାରୂଢ଼ କରାଯାଇଥିଲା । ରଥରେ ମଠ ମହନ୍ତ ଛେରା ପହଁରା କରିଥିଲେ। ପରେ ଦିନ ୧୦ଟା୩୦ରେ ରଥଟଣା ଆରମ୍ଭ ହୋଇଥିଲା । ଶ୍ରଦ୍ଧାଳୁମାନେ ଭକ୍ତିର ସହିତ ରଥକୁ ଚନ୍ଦ୍ରଭାଗା ଅଭିମୁଖେ ଟାଣି ନେଇଥିଲେ । ଚନ୍ଦ୍ରଭାଗା ତୀର୍ଥରେ ୨୭ଦିନ ଧରି ୨୭ ନକ୍ଷତ୍ରରେ ପୂଜାପାଠ ହେବ। ପବିତ୍ର ମାଘ ସପ୍ତମୀରେ ସୂର୍ଯ୍ୟ ନାରାୟଣ ରଥରେ ଅବଧୂତ ମଠକୁ ବାହୁଡ଼ି ଆସିବେ। ଏହି ତିଥିରେ ରଥରେ ମିତ୍ରାଦିତ୍ୟଙ୍କୁ ଦର୍ଶନ କଲେ ରୋଗ, ଶୋକ ଓ ଭୟରୁ ମୁକ୍ତି ମିଳିବା ସହିତ ପୂର୍ନଜନ୍ମ ହୋଇନଥିବା ଶ୍ରଦ୍ଧାଳୁଙ୍କ ବିଶ୍ବାସ ରହିଛି। 

ଶାମ୍ବ ଦଶମୀରେ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁକ୍ଲ ଛାଡ ହୋଇଛି। ଏହି ଅବସରରେ ସୌର ବ୍ରାହ୍ମଣ ପରିଷଦ ଓଡିଶା ପକ୍ଷରୁ ୩ଦିନିଆ ସୌରଯଜ୍ଞ ଓ ଅର୍କକ୍ଷେତ୍ର ଗାୟତ୍ରୀ ପରିବାର ପକ୍ଷରୁ ଗାୟତ୍ରୀ ମହାଯଜ୍ଞ ପୂର୍ଣ୍ଣାହୁତି ଦିଆଯାଇଛି । ଅର୍କକ୍ଷେତ୍ର ଗାୟତ୍ରୀ ପରିବାର, ସୌର ବ୍ରାହ୍ମଣ ପରିଷଦର କର୍ମକର୍ତ୍ତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.