ପ୍ରମୂଖ ଖବର
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ମାଲକାନଗିରି ଏସପିଙ୍କ ନିକଟରେ ଛତିଶଗଡ଼ର ୩ ମାଓବାଦୀ ମିଲିସିଆ ସଦସ୍ୟଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୦/୬ : ମାଲକାନଗିରି ଏସପି ନୀତେଶ ୱାଧାନୀ ଙ୍କ ନିକଟରେ ଛତିଶଗଡ଼ ବସ୍ତର ମାଓ ଡିଭିଜନର ୩ ମାଓବାଦୀ ମିଲିସିଆ ସଦସ୍ୟ ଆତ୍ମସମର୍ପଣ  କରିଛନ୍ତି। ମାଲକାନଗିରି ଏସପି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ବସ୍ତର ମାଓଡ଼ିଭିଜନର ତିନି ଜଣ ମିଲିସିଆ ସଦସ୍ୟ ମାଲକାନଗିରି ଜିଲ୍ଲା ପୁଲିସ କାର୍ଯ୍ୟାଳୟ ଠାରେ ଆତ୍ମସମର୍ପଣ କରିଛନ୍ତି । ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ସଦସ୍ୟ ବୋଲି ଜଣାପଡିଛି। 

ଛତିଶଗଡରେ ଏବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଯୋରଦାର ଅପରେସନ କରାଯାଇଥିବା ବେଳେ ଭୟଭୀତ ହୋଇ ଏମାନେ ମାଲକାନଗିରି ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି ।ଆତ୍ମସମର୍ପଣ କରିଥିବା ତିନି ଜଣ ମିଲିସିଆ ମାଓବାଦୀ ହେଉଛନ୍ତି ଦେବା ମାଡଭି, ଆଡମା ମାଡକାମି ଓ ମୁକା ସୋଡି । ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଛତିଶଗଡ ଏବଂ ଆନ୍ଧ୍ର କ୍ୟାଡରର ନିର୍ଯାତନା ମୂଳକ ଆଚରଣ ଯୋଗୁଁ ସକ୍ରିୟ ମାଓବାଦୀ କ୍ୟାଡର ମାନେ   ମଧ୍ୟ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ଯୋଗଦେବାକୁ ଇଛୁକ। କିନ୍ତୁ ସେମାନଙ୍କୁ ଦଣ୍ଡକାରଣ୍ୟ ଦକ୍ଷିଣାଞ୍ଚଳଜୋନ ଓ ଆନ୍ଧ୍ର ଓଡିଶା ବୋର୍ଡର ଜୋନ  ର ବରିଷ୍ଠ ମାଓବାଦୀ ନେତାମାନେ ଆତ୍ମସମର୍ପଣ କରିବାକୁ ଅନୁମତି ଦେଉ ନାହାଁନ୍ତି ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଧମକ ଦେଉଥିବା ପୋଲିସ ଆଗରେ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ ପରେ ଏମାନଙ୍କୁ ଓଡ଼ିଶା ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ବୋଲି ମାଲକାନଗିରି ଏସପି ୱାଧାନୀ ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.